ରାସ୍ତା ଅବସ୍ଥା ଶୋଚନୀୟଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ଝୁମ୍ପୁରା ୧୬।୭(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଫକିରପୁର, ପଦ୍ମକେଶରପୁର, ବାଘିଆନଶା, କଙ୍କଡାଯୋଡି ଗାଁ ଲୋକେ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି କରିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିଲା। ଏହାକୁ କେନ୍ଦ୍ର କରି ଗାଁ ଲୋକେ ଶେଷରେ କେନ୍ଦୁଝର ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ଜିଲାପାଳଙ୍କୁ ଅଭିଯୋଗ ଜଣାଇଛନ୍ତି।
ଝୁମ୍ପୁରା ବ୍ଲକ ଅନ୍ତର୍ଗତ ନହବେଡା ଓ ଖେଣ୍ଡରା ପଞ୍ଚାୟତ ଅଧୀନରେ ନହବେଡା- ଫକିରପୁର-ପଦ୍ମକେଶରପୁର ରାସ୍ତାଟି ଅତି ଶୋଚନୀୟ ଅବସ୍ଥାରେ ରହିଛି। ରାସ୍ତା ସାରା ଖାଲଖମାରେ ଭର୍ତ୍ତି ହୋଇ ବିପଦସଙ୍କୁଳ ହୋଇ ପଡି ରହିଛି। ଏହି ରାସ୍ତାରେ ବର୍ଷାଦିନରେ ୧୦୨,୧୦୮ ଆମ୍ବୁଲାନ୍ସ ଯାଇ ପରେ ନାହିଁ। ବର୍ଷ ତମାମ ଯାତାୟାତରେ କଷ୍ଟ ଭୋଗୁଥିବା ଫକିରପୁର, ପଦ୍ମକେଶରପୁର, ଧଉଳିପାଟ, ବାଘିଆନଶା, କଙ୍କଡାଯୋଡି ଗ୍ରାମବାସୀ ବର୍ଷାଦିନରେ ସ୍ବାସ୍ଥ୍ୟ ସେବାରୁ ମଧ୍ୟ ବଞ୍ଚିତ ହୋଇଥାନ୍ତି। ଆଦିବାସୀ ଅଧ୍ୟୁଷିତ ତଥା ଜଙ୍ଗଲାଞ୍ଚଳରେ ଥିବା ଉପରୋକ୍ତ ଗ୍ରାମ ବାସୀନ୍ଦା କୃଷିଜୀବୀ ଓ ଶ୍ରମିକ ଅଟନ୍ତି। ଶ୍ରମିକମାନେ ଗାଁରୁ ବାହାରି ମୁଖ୍ୟ ରାସ୍ତାକୁ ଆସି ଯୋଡା, ଜୁରୁଡି ଖଣି ଅଞ୍ଚଳକୁ କାମ କରିବା ପାଇଁ ଯାତାୟାତ କରୁଥିବା ବେଳେ ରାସ୍ତାର ଦୟନୀୟ ସ୍ଥିତି ଯୋଗୁ କାମରୁ ଫେରିବାବେଳେ ରାତି ସମୟରେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଗାଁ ଗୁଡିକର ଲୋକସଂଖ୍ୟା ୩ହଜାରରୁ ଊର୍ଦ୍ଧ୍ୱ ହୋଇଥିବାବେଳେ, ନିର୍ମାଣ ହେବାକୁ ଥିବା ୬କି.ମି ରାସ୍ତା ପାଇଁ ବାରମ୍ବାର ଅଭିଯୋଗ ଦୋହରାଇ ଚାଲିଛନ୍ତି। ଅଭିଯୋଗ ଅନୁସାରେ ୩ବର୍ଷ ହେଲା ଉକ୍ତ ରାସ୍ତାରେ ପଞ୍ଚାୟତ ଦ୍ୱୟ ପକ୍ଷରୁ ମାଟି ମୁଠାଏ ମଧ୍ୟ ପଡି ନାହିଁ। ଓଲଟି ସମୟ ସମୟରେ ଗ୍ରାମବାସୀ ରାସ୍ତାର ଖାଲ ଜାଗା ଗୁଡିକରେ ନିଜ ଶ୍ରମ ଦାନରେ ମାଟି, ମୋରମ ପକାଇଥାନ୍ତି। ଏସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଝୁମ୍ପୁରାସ୍ଥିତ ସହକାରୀ ନିର୍ବାହୀ ଯନ୍ତ୍ରୀ ବଳଭଦ୍ର ମାରାଣ୍ଡିଙ୍କୁ ପଚାରିବାରୁ ରାସ୍ତାଟି କେବଳ ସର୍ଭେରେ ସୀମିତ ରହିଛି। ପଞ୍ଚାୟତ ସମିତି ପକ୍ଷରୁ ବିଧିବଦ୍ଧ ଭାବେ ହସ୍ତାନ୍ତର ହୋଇନାହିଁ। ବିଡିଓ ଜୟଶ୍ରୀ ବେଉରା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, କଣ ହୋଇଛି ଦେଖୁଛି। ରାସ୍ତା ନିର୍ମାଣ ପାଇଁ ତୁରନ୍ତ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri