ରାସ୍ତା ଉପରେ ପଥର ଗଦା, ଯାତାୟାତରେ ସମସ୍ୟା

ଗଣିଆ,୨୮ା୭(ଡି.ଏନ.ଏ.): ଗଣିଆ-ବଡମୂଳ ପୂର୍ତ୍ତ ବିଭାଗ ରାସ୍ତାର ମଣିଭଦ୍ରାଠାରେ ରାସ୍ତା ଉପରେ ପଥର ଗଦା ହୋଇଥିବାରୁ ଯାତାୟାତରେ ସମସ୍ୟା ଦେଖାଦେଇଛି ା ଏଥିସହ ରାସ୍ତାରେ ପଟୁମାଟି ପଡିରହିଥିବାରୁ ଲୋକେ ଛୋଟବଡ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ମଣିଭଦ୍ରା ପାଦଦେଶ ତଥା ମହାନଦୀ କୂଳରେ ଯାଇଥିବା ଏହି ରାସ୍ତା ଦେଇ ଦୈନିକ ଛାମୁଣ୍ଡିଆ, ବଡଶିଲିଙ୍ଗା ପଞ୍ଚାୟତର ଜନସାଧାରଣଙ୍କ ସମେତ ବଡମୂଳ ମଙ୍ଗାନସୀଠାରେ ଥିବା ସାତକୋଶିଆ ସ୍ୟାଣ୍ଡ ରିସୋର୍ଟକୁ ପର୍ଯ୍ୟଟକମାନେ ଯାତାୟାତ କରିଥାନ୍ତି। ଗତ ଦୁଇଦିନ ଧରି ବର୍ଷା ସାଙ୍ଗକୁ ଅଣଓସାରିଆ ରାସ୍ତା ଉପରେ ପଥର ଗଦା ହୋଇଥିବାରୁ ଛାମୁଣ୍ଡିଆ ଅଞ୍ଚଳକୁ ଆସୁଥିବା ଯାତ୍ରୀବାହୀ ବସ୍‌ ଓ ମାଲବାହୀ ଗାଡି ଯିବାଆସିବା କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାଛଡା ଡଙ୍କାରିସାହି ଛକଠାରୁ ବୃତ୍ତଙ୍ଗ ସେତୁ ପର୍ଯ୍ୟନ୍ତ ଅଣଓସାରିଆ ଅଙ୍କାବଙ୍କା ରାସ୍ତା ସାଙ୍ଗକୁ ରାସ୍ତା ଉପରେ ଏହି ପଥର ଗଦା ଯୋଗୁ ରାତି ସମୟରେ ଯାନବାହନ ଆରୋହୀମାନେ ଦୁର୍ଘଟଣାର ସମ୍ମୁଖୀନ ହେବା ସମ୍ଭାବନା ରହିଛି। ସୂଚନାଯୋଗ୍ୟ ରାସ୍ତା ପାର୍ଶ୍ୱସ୍ଥ ମହାନଦୀ କୂଳରେ ଜଳସମ୍ପଦ ବିଭାଗ ତରଫରୁ ୪ଟି ପଥର ବୁରୁଜ ନିର୍ମାଣ କାର୍ଯ୍ୟ ଚାଲୁରହିଛି ା ଏହି କାର୍ଯ୍ୟ ପାଇଁ ଆବଶ୍ୟକ ପଥରଗୁଡିକୁ ରାସ୍ତା ଉପରେ ଗଦା କରିବା ଦ୍ୱାରା ଏଭଳି ସମସ୍ୟା ଦେଖାଦେଇଛି ା ସେହିପରି ହାଇୱାରେ ଆସୁଥିବା ପଥର ସାଙ୍ଗରେ ଚିକିଟା ମାଟି ରାସ୍ତା ଉପରେ ପଡି ରାସ୍ତାସାରା କାଦୁଅ ହୋଇପଡିଛି ା ଏହାଛଡା ବୁରୁଜ ନିର୍ମାଣ କାର୍ଯ୍ୟରେ ଲାଗିଥିବା ହିଟାଚି ଯାତାୟାତ ଦ୍ୱାରା ପିଚୁ ରାସ୍ତାଟି ଖୋଳି ହୋଇ ନଷ୍ଟ ହୋଇଯାଇଛି। ପୂର୍ତ୍ତ ଓ ଜଳସମ୍ପଦ ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri