ରାସ୍ତା କାମ ବିଳମ୍ବ ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୭।୩-ବାଲେଶ୍ୱର ପୌରପାଳିକା ଅଧୀନ ୪୦ ରାସ୍ତା କାର୍ଯ୍ୟ ଆରମ୍ଭରେ ଅହେତୁକ ବିଳମ୍ବ କରାଯାଉଛି। ଏନେଇ ଶୁକ୍ରବାର ଜିଲା ଭାଜପା କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରି ସଦର ବିଧାୟକ ମଦନମୋହନ ଦତ୍ତ ଉଦ୍‌ବେଗ ପ୍ରକାଶ କରିଛନ୍ତି। ୭ ଦିନ ମଧ୍ୟରେ କାର୍ଯ୍ୟ ଆରମ୍ଭ ନ ହେଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।
୨୦୧୯ ସେପ୍ଟେମ୍ବର ୨୮ ତାରିଖରେ ପତ୍ର ସଂଖ୍ୟା ୧୧୨୪ରେ ସଦର ବିଧାୟକ ଦତ୍ତ ସହରର ୮୦ଟି ବେହାଲ ରାସ୍ତାର ମରାମତି ପାଇଁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ନିବେଦନ କରିଥିଲେ। ଇତିମଧ୍ୟରେ ୪୦ଟି ରାସ୍ତା କାର୍ଯ୍ୟର ମରାମତି ପାଇଁ ଟେଣ୍ଡର ଆହ୍ବାନ ପରେ ବିଭାଗୀୟ ବିଡ଼ିଂ, ଲଟେରି ପ୍ରକ୍ରିୟା ଶେଷ କରି ଶୁଭ ଦେଇ କାର୍ଯ୍ୟ ଆରମ୍ଭ ପାଇଁ ନିଷ୍ପତ୍ତି ହୋଇଥିଲା। ହେଲେ ଅଦ୍ୟାବଧି କାର୍ଯ୍ୟ ଆରମ୍ଭ ହୋଇ ନାହଁି। ଜିଲାପାଳ ତୁରନ୍ତ ଏଥିରେ ହସ୍ତକ୍ଷେପ କରି କାର୍ଯ୍ୟଗୁଡ଼ିକ ଆରମ୍ଭ କରିବାକୁ ଭାଜପା ପକ୍ଷରୁ କୁହାଯାଇଛି। ଖବରଦାତା ସମ୍ମିଳନୀରେ ଭାଜପା ନଗର ସଭାପତି ଚିତ୍ତରଞ୍ଜନ ପଣ୍ଡା, ପୌରପାଳିକାରେ ବିଧାୟକଙ୍କ ପ୍ରତିନିଧି ସୀତାକାନ୍ତ ସ୍ବାଇଁ, ପୂର୍ବତନ କାଉନସିଲର ସୁଜିତ ଦେବ, ଅଜିତ ମିଶ୍ର, ରାଧାକୃଷ୍ଣ ଦାସ, ଉପେନ୍ଦ୍ର ଶତପଥୀ, ସଂଯୁକ୍ତା ମହାପାତ୍ର, ଦିପୁ ପିରି, ବିବେକ ମହାନ୍ତି, ମିଡ଼ିଆ ସଂଯୋଜକ ଗୌରାଙ୍ଗ ଦାସ, ସଦର ମିଡ଼ିଆ ସଂଯୋଜକ ଅରୁପ ଜେନା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri