ରାସ୍ତା କାମ ବିଳମ୍ବ ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୭।୩-ବାଲେଶ୍ୱର ପୌରପାଳିକା ଅଧୀନ ୪୦ ରାସ୍ତା କାର୍ଯ୍ୟ ଆରମ୍ଭରେ ଅହେତୁକ ବିଳମ୍ବ କରାଯାଉଛି। ଏନେଇ ଶୁକ୍ରବାର ଜିଲା ଭାଜପା କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରି ସଦର ବିଧାୟକ ମଦନମୋହନ ଦତ୍ତ ଉଦ୍‌ବେଗ ପ୍ରକାଶ କରିଛନ୍ତି। ୭ ଦିନ ମଧ୍ୟରେ କାର୍ଯ୍ୟ ଆରମ୍ଭ ନ ହେଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।
୨୦୧୯ ସେପ୍ଟେମ୍ବର ୨୮ ତାରିଖରେ ପତ୍ର ସଂଖ୍ୟା ୧୧୨୪ରେ ସଦର ବିଧାୟକ ଦତ୍ତ ସହରର ୮୦ଟି ବେହାଲ ରାସ୍ତାର ମରାମତି ପାଇଁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ନିବେଦନ କରିଥିଲେ। ଇତିମଧ୍ୟରେ ୪୦ଟି ରାସ୍ତା କାର୍ଯ୍ୟର ମରାମତି ପାଇଁ ଟେଣ୍ଡର ଆହ୍ବାନ ପରେ ବିଭାଗୀୟ ବିଡ଼ିଂ, ଲଟେରି ପ୍ରକ୍ରିୟା ଶେଷ କରି ଶୁଭ ଦେଇ କାର୍ଯ୍ୟ ଆରମ୍ଭ ପାଇଁ ନିଷ୍ପତ୍ତି ହୋଇଥିଲା। ହେଲେ ଅଦ୍ୟାବଧି କାର୍ଯ୍ୟ ଆରମ୍ଭ ହୋଇ ନାହଁି। ଜିଲାପାଳ ତୁରନ୍ତ ଏଥିରେ ହସ୍ତକ୍ଷେପ କରି କାର୍ଯ୍ୟଗୁଡ଼ିକ ଆରମ୍ଭ କରିବାକୁ ଭାଜପା ପକ୍ଷରୁ କୁହାଯାଇଛି। ଖବରଦାତା ସମ୍ମିଳନୀରେ ଭାଜପା ନଗର ସଭାପତି ଚିତ୍ତରଞ୍ଜନ ପଣ୍ଡା, ପୌରପାଳିକାରେ ବିଧାୟକଙ୍କ ପ୍ରତିନିଧି ସୀତାକାନ୍ତ ସ୍ବାଇଁ, ପୂର୍ବତନ କାଉନସିଲର ସୁଜିତ ଦେବ, ଅଜିତ ମିଶ୍ର, ରାଧାକୃଷ୍ଣ ଦାସ, ଉପେନ୍ଦ୍ର ଶତପଥୀ, ସଂଯୁକ୍ତା ମହାପାତ୍ର, ଦିପୁ ପିରି, ବିବେକ ମହାନ୍ତି, ମିଡ଼ିଆ ସଂଯୋଜକ ଗୌରାଙ୍ଗ ଦାସ, ସଦର ମିଡ଼ିଆ ସଂଯୋଜକ ଅରୁପ ଜେନା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri