ରାସ୍ତା ଜାମ୍‌ ଯୋଗୁ ଭିଡରେ ଫସିଲା ଆମ୍ବୁଲାନ୍ସ: ୫ ବର୍ଷର ଶିଶୁପୁତ୍ର ମୃତ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଟ୍ରାଫିକ୍‌ ଜାମ୍‌ ପାଇଁ ଜଣେ ଶିଶୁପୁତ୍ରଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ରାଜଭବନ ଛକରୁ ପଟିଆ ଯିବା ରାସ୍ତାର ବିଭିନ୍ନ ସ୍ଥାନରେ ଭିଡ଼ ରହିଥିବାରୁ ଶିଶୁପୁତ୍ର ଥିବା ଆମ୍ବୁଲାନ୍ସଟି ଭିଡ଼ରେ ଫସିଯାଇଥିଲା। ଫଳରେ ତାଙ୍କ ମୃତ୍ୟୁ ଘଟିଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି।

ସୂଚନାନୁଯାୟୀ, ଉକ୍ତି ୫ ବର୍ଷର ଶିଶୁପୁତ୍ରଙ୍କ ପ୍ରବଳ ବାନ୍ତି ହେବାରୁ ପରିବାରଲୋକେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ଆଣିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ଡାକ୍ତର କଟକ ବଡ଼ ମେଡିକାଲକୁ ରେଫର କରିଥିଲେ। ହେଲେ କଟକ ଦୂର ବାଟ ହୋଇଥିବାରୁ ପରିବାରଲୋକେ ପୁଅଙ୍କୁ ଏସ୍‌ସିବିକୁ ନ ନେଇ ଭୁବନେଶ୍ୱର ପଟିଆରେ ଥିବା ଏକ ଘରୋଇ ହସ୍ପିଟାଲକୁ ନେଉଥିଲେ। ହେଲେ ରାଜଭବନ ଛକଟାରୁ ପଟିଆ ଯିବା ରାସ୍ତାର ବିଭିନ୍ନ ସ୍ଥାନରେ ଭିଡ ଥିବାରୁ ଆମ୍ବୁଲାନ୍ସଟି ଫସିଯାଇଥିଲା। ଏପରିକି ପରିବାରଲୋକେ ଆମ୍ବୁଲାନ୍ସରୁ ଓହ୍ଲାଇ ରାସ୍ତା ସଫା କରିବାକୁ ଚେଷ୍ଟା କରିଥିଲେ ହେଁ ସଫଳ ହୋଇପାରି ନ ଥିଲେ। ରାସ୍ତାରେ ଅନ୍ୟ ଗାଡ଼ି ଚାଳକମାନେ ମଧ୍ୟ ଆମ୍ବୁଲାନ୍ସକୁ ବାଟ ଛାଡ଼ି ନ ଥିଲେ। ଫଳରେ ହସ୍ପିଟାଲରେ ପହଞ୍ଚିବା ଲାଗି ଆମ୍ବୁଲାନ୍ସକୁ ଏକ ଘଣ୍ଟା ସମୟ ଲାଗିଥିଲା। ଶିଶୁପୁତ୍ରଟି ହସ୍ପିଟାଲରେ ପହଞ୍ଚିବା ଆଗରୁ ଅଧା ବାଟରେ ପ୍ରାଣ ହରାଇଲା ବୋଲି ପରିବାରଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri