ଲେଫ୍ରିପଡ଼ା,୧୯।୨(ଡି.ଏନ୍.ଏ.) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ବର୍ତ୍ତନକେଲା ଛକଠାରେ ମଙ୍ଗଳବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ପିକ୍ଅପ୍୍ ଭ୍ୟାନ ଗାଡ଼ି ଗୋଟିଏ ବାଇକ୍କୁ ଧକ୍କା ଦେବାରୁ ବାଇକ୍ରେ ଥିବା ମା’ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରାଖାଇ ଗ୍ରାମର ବୀରେନ୍ଦ୍ର ନାଗ (୪୦) ଏବଂ ତାଙ୍କ ମା’ ଇନ୍ଦ୍ରାବତୀ (୬୦)।
ଅପରାହ୍ନ ପ୍ରାୟ ୪ଟା ୩୦ରେ ମା’ପୁଅ ଉଜ୍ୱଳପୁର ପଞ୍ଚାୟତ କାର୍ଯ୍ୟାଳୟରୁ ଚାଉଳ ନେଇ ଓଡି ୧୬ ଏଫ୍-୫୭୯୬ ନଂ. ବାଇକ୍ ଯୋଗେ ଘରକୁ ଫେରୁଥିଲେ। ବର୍ତ୍ତନକେଲା ଛକଠାରେ ଲେଫ୍ରିପଡ଼ା ପଟରୁ ଆସୁଥିବା ପିକ୍ଅପ୍ ଭ୍ୟାନ ଓଡ଼ି ୧୬ ବି-୭୭୭୬ ନଂ. ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଉଭୟେ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଚିକିତ୍ସା ପାଇଁ ସୁନ୍ଦରଗଡ଼ ସରକାରୀ ଚିକିତ୍ସାଳୟକୁ ପଠାଯାଇଥିବା ବେଳେ ରାସ୍ତାରେ ଉଭୟଙ୍କ ମୃତ୍ୟୁ ହୋଇଥିଲା। ଖବରପାଇ ଲେଫ୍ରିପଡ଼ା ଥାନା ଆଇଆଇସି. ବୀରକିଶୋର ମଲ୍ଲିକ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ। ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ପୋଲିସ ଜବତ କରି ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର, ସୁନ୍ଦରଗଡ଼ View All
ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ
ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…
ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍ ଘଟିଲା…
ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…
ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର
ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…
ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…
ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…
୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…
ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…
ଓରାଙ୍ଗ୍ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍ଟିଏଫ୍
ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…
ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍ ପାଣିଗ୍ରାହୀ
ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…
ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…
ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

