ରାସ୍ତା ନିର୍ମାଣରେ ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ବଚ୍ଛ ପରିବେଶ ବିକାଶ ପାଇଁ ରାଜ୍ୟରେ ସୃଷ୍ଟି ହେଉଥିବା ପ୍ଲାଷ୍ଟିକ ବର୍ଜ୍ୟର ଉପଯୁକ୍ତ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନଠାରେ ଆୟୋଜିତ ବୈଠକରେ ପ୍ଲାଷ୍ଟିକ ବର୍ଜ୍ୟର ଉପଯୁକ୍ତ ପରିଚାଳନା ଓ ପୁନଃବ୍ୟବହାର ନିମନ୍ତେ ବର୍ତ୍ତମାନର ସ୍ଥିତି ଅନୁଧ୍ୟାନ କରି ନିର୍ଦ୍ଦିଷ୍ଟ କାର୍ଯ୍ୟପନ୍ଥା ପ୍ରସ୍ତୁତ କରିବାକୁ ମତପ୍ରକାଶ ପାଇଛି। ରାସ୍ତା ନିର୍ମାଣ କାର୍ଯ୍ୟରେ ପ୍ଲାଷ୍ଟିକ ବ୍ୟବହାର ବଢାଇବା ପାଇଁ ଏହାର ବୈଷୟିକ, ଆର୍ଥିକ ଏବଂ କାର୍ଯ୍ୟାନ୍ବୟନ ସମ୍ବନ୍ଧିତ ସବିଶେଷ କାର୍ଯ୍ୟପନ୍ଥା ଏବଂ ଗାଇଡ ଲାଇନ ପ୍ରସ୍ତୁତ କରିବାକୁ ପୂର୍ତ୍ତ ବିଭାଗକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ରାସ୍ତା ନିର୍ମାଣ ପ୍ରକଳ୍ପର ଦର ତାଲିକା ସୂଚକାଙ୍କ(ସିଡ୍ୟୁଲ ଅଫ ରେଟ୍‌)ରେ ଅନ୍ତର୍ଭୁକ୍ତ କରିବା ସହିତ ବାର୍ଷିକ କେତେ ପରିମାଣର ପ୍ଲାଷ୍ଟିକ ବର୍ଜ୍ୟ ରାସ୍ତା ନିର୍ମାଣରେ ବ୍ୟବହାର ହୋଇପାରିବ ତା’ର ଆକଳନ କରିବାକୁ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ରାସ୍ତା ନିର୍ମାଣରେ ପ୍ରୟୋଗ ନିମନ୍ତେ ପ୍ଲାଷ୍ଟିକର ଏକ ନିର୍ଦ୍ଦିଷ୍ଟ ପ୍ରକ୍ରିୟାକରଣ ଆବଶ୍ୟକ। ଏହି ପ୍ରକ୍ରିୟାରେ ପ୍ଲାଷ୍ଟିକକୁ ଟୁକୁରା ଟୁକୁରା ଖଣ୍ଡ କରାଯାଇ ପିଚୁରେ ମିଶିବାଭଳି ରୂପାନ୍ତରିତ କରାଯାଇଥାଏ। ଏଥିପାଇଁ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା କରାଯିବ। ରାଜ୍ୟର ଯୁବତୀ,ଯୁବକମାନଙ୍କୁ ଏଥିପାଇଁ ପ୍ରୋତ୍ସାହନ ଦିଆଯିବା ପାଇଁ ସ୍ଥିର ହୋଇଛି। ଏ ଦିଗରେ ଆବଶ୍ୟକୀୟ ପଦକ୍ଷେପ ନେବା ସହିତ ସାମ୍ଭାବ୍ୟ ଉଦ୍ୟୋଗୀମାନଙ୍କୁ ପ୍ରାମାଣିକ କ୍ଷେତ୍ର ପରିଦର୍ଶନରେ(ଏକ୍ସପୋଜର ଭିଜିଟ) ନେବାକୁ ମୁଖ୍ୟ ଶାସନ ସଚିବ ବୈଠକରେ ଶିଳ୍ପ ବିଭାଗ ସଚିବ ହେମନ୍ତ କୁମାରଙ୍କୁ ପରାମର୍ଶ ଦେଇଛନ୍ତି। ଏପରି ଉଦ୍ୟୋଗ ପ୍ରଧାନମନ୍ତ୍ରୀ ନିଶ୍ଚିତ ନିଯୁକ୍ତି କାର୍ଯ୍ୟକ୍ରମରେ ପ୍ରତିଷ୍ଠା କରାଯାଇପାରିବ ବୋଲି ଶର୍ମା କହିଛନ୍ତି।
ଗ୍ରାମାଞ୍ଚଳରେ ସୃଷ୍ଟି ହେଉଥିବା ପ୍ଲାଷ୍ଟିକ ବର୍ଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମାଧ୍ୟମରେ ସଂଗ୍ରହ କରିହେବ। ସଂଗୃହୀତ ପ୍ଲାଷ୍ଟିକ ନିର୍ଦ୍ଧାରିତ ସ୍ଥାନଗୁଡିକରେ ନଗର ଓ ଗୃହ ଉନ୍ନୟନ ବିଭାଗ ମାଧ୍ୟମରେ ସଂଗ୍ରହ କରାଯିବ। ଏହାପରେ ସେଗୁଡିକର ବର୍ଗୀକରଣ କରାଯାଇ ରାସ୍ତା ନିର୍ମାଣ ଏବଂ ସିମେଣ୍ଟ ପ୍ରସ୍ତୁତିରେ ପୁନଃବିନିଯୋଗର ବ୍ୟବସ୍ଥା କରାଯିବ। ୫୦ ମାଇକ୍ରୋନ୍‌ରୁ କମ ପ୍ଲାଷ୍ଟିକ ବ୍ୟାଗ, କ୍ୟାରି ବ୍ୟାଗ, ବୋତଲ, ପ୍ୟାକିଂ ଦ୍ରବ୍ୟ ଥର୍ମୋକୋଲ ପ୍ରସ୍ତୁତ ସାଜସଜ୍ଜା ସାମଗ୍ରୀ ଆଦିର ଉତ୍ପାଦନ ଓ ବ୍ୟବହାରକୁ ପୂର୍ଣ୍ଣଭାବେ ନିୟନ୍ତ୍ରିତ କରାଯିବ। ଏ ସମ୍ବନ୍ଧିତ ନିୟମଗୁଡିକୁ କଡ଼ାକଡ଼ି ଭାବେ ଲାଗୁ କରିବାକୁ ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ରାଜ୍ୟ ପ୍ରଦୂଷଣ ବୋର୍ଡକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଯୋଗାଡ଼ କରାଯାଇଥିବା ତଥ୍ୟ ଅନୁଯାୟୀ, ରାଜ୍ୟର ୧୧୪ ସହରାଞ୍ଚଳ ଅନ୍ତର୍ଗତ ୨୦୨୪ ଓ୍ବାର୍ଡରୁ ଦୈନିକ ପ୍ରାୟ ୧୫୦ ଟନ୍‌ ପ୍ଲାଷ୍ଟିକ ବର୍ଜ୍ୟ ବାହାରୁଛି। ରାସ୍ତା ନିର୍ମାଣ ଓ ସିମେଣ୍ଟ କାରଖାନାରେ ଏହାର ପୁନଃବିନିଯୋଗ କରାଗଲେ ପ୍ଲାଷ୍ଟିକ ଯୋଗୁ ସୃଷ୍ଟି ହେଉଥିବା ପରିବେଶ ସମସ୍ୟାର ଅନେକ ପରିମାଣରେ ସମାଧାନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri