ରାସ୍ତା, ପାନୀୟ ଜଳ, ପାଣ୍ଠି ବିନିଯୋଗ ଉପରେ ଗୁରୁତ୍ୱ

ଫୁଲବାଣୀ ଅଫିସ,୧୮ା୧୨- ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମଙ୍ଗଳବାର ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସିଛନ୍ତିି। ପ୍ରଥମ ଦିନରେ ବିଭିନ୍ନ ଯୋଜନାରେ ହୋଇଥିବା ପ୍ରକଳ୍ପ ଉଦ୍‌ଘାଟନ କରିବା ସହ ଜିଲାସ୍ତରୀୟ ଅଧିକାରୀଙ୍କୁ ନେଇ ସରକାରଙ୍କ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଜିଲାର ପ୍ରତ୍ୟେକ ବାସଗୃହକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ, କେନ୍ଦ୍ରୀୟ ଯୋଜନା ଆୟୋଗ ପାଣ୍ଠି ଏବଂ ରାଜ୍ୟ ଯୋଜନା ଆୟୋଗ ପାଣ୍ଠିର ଅବ୍ୟବହୃତ ଅର୍ଥର ସୁବିନିଯୋଗ, ରାସ୍ତା ନିର୍ମାଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ମନ୍ତ୍ରୀ ଜିଲାର ଅଚଳ ନଳକୂପ, ଆବଶ୍ୟକ ହେଉଥିବା ଅତିରିକ୍ତ ନଳକୂପ, ଭୂତଳ ଜଳ, ପାଇପ ଯୋଗେ ପାନୀୟ ଜଳ ଯୋଗାଣ ସ୍ଥିତି ସମ୍ପର୍କରେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କଠାରୁ ବୁଝିଥିଲେ। ଜିଲାରେ ଅଧିକାଂଶ ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀ ପଦବୀ ଖାଲି ଥିବାରୁ କ୍ଷେତ୍ର କାର୍ଯ୍ୟ ସମ୍ପାଦନ ହେବାରେ ଅସୁବିଧା ହେଉଥିବା ଅଭିଯୋଗ କରାଯିବାରୁ ଖାଲି ଥିବା ପଞ୍ଚାୟତିରାଜ ଯନ୍ତ୍ରୀଙ୍କ ତାଲିକା ପ୍ରଦାନ କରିବାକୁ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ କହିଥିଲେ। ସେହିପରି ଓରେଡ଼ା ବୈଷୟିକ ସହାୟତାରେ ପ୍ରତିଷ୍ଠା କରାଯାଇଥିବା ଜଳ ଯୋଗାଣ ପ୍ରକଳ୍ପଗୁଡ଼ିକର ସ୍ଥିତି ସମେତ ଜିଲାର ଗମନାଗମନ ବ୍ୟବସ୍ଥା, ଆମ ଗଁା ଆମ ବିକାଶ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଉପରେ ବିଭାଗୀୟ ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଆମ ଗଁା ଆମ ବିକାଶରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ଅନ୍ୟ ପାଣ୍ଠି ସହାୟତାରେ ସମ୍ପୂର୍ଣ୍ଣ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଗ୍ରାମାଞ୍ଚଳରେ ଥିବା ସମସ୍ୟା ସମ୍ପର୍କରେ ସ୍ଥାନୀୟ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଉପସ୍ଥିତ ଜନ ପ୍ରତିନିଧିମାନଙ୍କୁ ଅନୁରୋଧ କରିଥିଲେ।
ମନ୍ତ୍ରୀ ସମୀକ୍ଷା ବୈଠକ ପୂର୍ବରୁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର ଆହାର କେନ୍ଦ୍ର ଏବଂ ଜନ୍ମଗତ ପାଦ ବିକୃତି ଅସ୍ତ୍ରୋପଚାର ୱାର୍ଡ଼ ପରି ଦର୍ଶନ କରିଥିଲେ। ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଫଳକ ଜରିଆରେ ଚତୁର୍ଥ ରାଜ୍ୟ ଅର୍ଥ ଆୟୋଗଙ୍କ ୧୪ ଲକ୍ଷ ୧୦ ହଜାର ଟଙ୍କା ବ୍ୟୟରେ ନିର୍ମିତ ଜିଲା ପଞ୍ଚାୟତ କାର୍ଯ୍ୟାଳୟ ନିର୍ବାଚନ ଗୋଦାମ ଗୃହ, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତ ଯୋଜନା ଓ ରାଜ୍ୟ ସରକାରଙ୍କ ଅନୁଦାନରୁ ୭ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ କାଣିବାଲି ଅଙ୍ଗନୱାଡ଼ି ଗୃହ ଉଦ୍‌ଘାଟନ କରିଥିଲେ। ପରେ ଫୁଲବାଣୀ ବିଡିଓଙ୍କ ପ୍ରକୋଷ୍ଠରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଏବଂ ୧୧ ପଞ୍ଚାୟତ ସରପଞ୍ଚଙ୍କ ସହ ସେମାନଙ୍କ ଅଞ୍ଚଳର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।
ସମସ୍ତ କାର୍ଯ୍ୟକ୍ରମ ଏବଂ ବୈଠକରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜିଲା ପରିଷଦ ସଭାପତି ଆକାଂକ୍ଷା ପ୍ରଧାନ, ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ୱନାଥ ବାରିକ, ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ବୀରେନ୍ଦ୍ର କୁମାର ଦାସ, ଫୁଲବାଣୀ ବିଡିଓ ସୁବ୍ରତ କୁମାର ଜେନାଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri