ରାସ୍ତା, ପାନୀୟ ଜଳ, ପାଣ୍ଠି ବିନିଯୋଗ ଉପରେ ଗୁରୁତ୍ୱ

ଫୁଲବାଣୀ ଅଫିସ,୧୮ା୧୨- ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମଙ୍ଗଳବାର ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସିଛନ୍ତିି। ପ୍ରଥମ ଦିନରେ ବିଭିନ୍ନ ଯୋଜନାରେ ହୋଇଥିବା ପ୍ରକଳ୍ପ ଉଦ୍‌ଘାଟନ କରିବା ସହ ଜିଲାସ୍ତରୀୟ ଅଧିକାରୀଙ୍କୁ ନେଇ ସରକାରଙ୍କ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଜିଲାର ପ୍ରତ୍ୟେକ ବାସଗୃହକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ, କେନ୍ଦ୍ରୀୟ ଯୋଜନା ଆୟୋଗ ପାଣ୍ଠି ଏବଂ ରାଜ୍ୟ ଯୋଜନା ଆୟୋଗ ପାଣ୍ଠିର ଅବ୍ୟବହୃତ ଅର୍ଥର ସୁବିନିଯୋଗ, ରାସ୍ତା ନିର୍ମାଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ମନ୍ତ୍ରୀ ଜିଲାର ଅଚଳ ନଳକୂପ, ଆବଶ୍ୟକ ହେଉଥିବା ଅତିରିକ୍ତ ନଳକୂପ, ଭୂତଳ ଜଳ, ପାଇପ ଯୋଗେ ପାନୀୟ ଜଳ ଯୋଗାଣ ସ୍ଥିତି ସମ୍ପର୍କରେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କଠାରୁ ବୁଝିଥିଲେ। ଜିଲାରେ ଅଧିକାଂଶ ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀ ପଦବୀ ଖାଲି ଥିବାରୁ କ୍ଷେତ୍ର କାର୍ଯ୍ୟ ସମ୍ପାଦନ ହେବାରେ ଅସୁବିଧା ହେଉଥିବା ଅଭିଯୋଗ କରାଯିବାରୁ ଖାଲି ଥିବା ପଞ୍ଚାୟତିରାଜ ଯନ୍ତ୍ରୀଙ୍କ ତାଲିକା ପ୍ରଦାନ କରିବାକୁ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ କହିଥିଲେ। ସେହିପରି ଓରେଡ଼ା ବୈଷୟିକ ସହାୟତାରେ ପ୍ରତିଷ୍ଠା କରାଯାଇଥିବା ଜଳ ଯୋଗାଣ ପ୍ରକଳ୍ପଗୁଡ଼ିକର ସ୍ଥିତି ସମେତ ଜିଲାର ଗମନାଗମନ ବ୍ୟବସ୍ଥା, ଆମ ଗଁା ଆମ ବିକାଶ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଉପରେ ବିଭାଗୀୟ ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଆମ ଗଁା ଆମ ବିକାଶରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ଅନ୍ୟ ପାଣ୍ଠି ସହାୟତାରେ ସମ୍ପୂର୍ଣ୍ଣ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଗ୍ରାମାଞ୍ଚଳରେ ଥିବା ସମସ୍ୟା ସମ୍ପର୍କରେ ସ୍ଥାନୀୟ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଉପସ୍ଥିତ ଜନ ପ୍ରତିନିଧିମାନଙ୍କୁ ଅନୁରୋଧ କରିଥିଲେ।
ମନ୍ତ୍ରୀ ସମୀକ୍ଷା ବୈଠକ ପୂର୍ବରୁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର ଆହାର କେନ୍ଦ୍ର ଏବଂ ଜନ୍ମଗତ ପାଦ ବିକୃତି ଅସ୍ତ୍ରୋପଚାର ୱାର୍ଡ଼ ପରି ଦର୍ଶନ କରିଥିଲେ। ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଫଳକ ଜରିଆରେ ଚତୁର୍ଥ ରାଜ୍ୟ ଅର୍ଥ ଆୟୋଗଙ୍କ ୧୪ ଲକ୍ଷ ୧୦ ହଜାର ଟଙ୍କା ବ୍ୟୟରେ ନିର୍ମିତ ଜିଲା ପଞ୍ଚାୟତ କାର୍ଯ୍ୟାଳୟ ନିର୍ବାଚନ ଗୋଦାମ ଗୃହ, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତ ଯୋଜନା ଓ ରାଜ୍ୟ ସରକାରଙ୍କ ଅନୁଦାନରୁ ୭ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ କାଣିବାଲି ଅଙ୍ଗନୱାଡ଼ି ଗୃହ ଉଦ୍‌ଘାଟନ କରିଥିଲେ। ପରେ ଫୁଲବାଣୀ ବିଡିଓଙ୍କ ପ୍ରକୋଷ୍ଠରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଏବଂ ୧୧ ପଞ୍ଚାୟତ ସରପଞ୍ଚଙ୍କ ସହ ସେମାନଙ୍କ ଅଞ୍ଚଳର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।
ସମସ୍ତ କାର୍ଯ୍ୟକ୍ରମ ଏବଂ ବୈଠକରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜିଲା ପରିଷଦ ସଭାପତି ଆକାଂକ୍ଷା ପ୍ରଧାନ, ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ୱନାଥ ବାରିକ, ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ବୀରେନ୍ଦ୍ର କୁମାର ଦାସ, ଫୁଲବାଣୀ ବିଡିଓ ସୁବ୍ରତ କୁମାର ଜେନାଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri