ରାସ୍ତା ପୁନରୁଦ୍ଧାର ଦାବିରେ ରାଜପଥ ଅବରୋଧ

ବୋଲଗଡ଼,୨୩-୧୦(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଫାସୀଓଦା ପଞ୍ଚାୟତ କୋଟପଲ୍ଲା ଗ୍ରାମ ରାସ୍ତା ପୁନରୁଦ୍ଧାର ଦାବିରେ ସୋମବାର ଭୀମପଡାଠାରେ ଗ୍ରାମବାସୀ ୫୭ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଭୀମପଡାଠାରୁ କୋଟପଲ୍ଲା ପର୍ଯ୍ୟନ୍ତ ପ୍ରାୟ ଦେଢ କି.ମି. ରାସ୍ତା ମରଣଯନ୍ତା ପାଲଟିଛି। କେଉଁଠାରେ ଖାଲ ତ ଆଉ କେଉଁଠି ଅଣଓସାରିଆ। ଏହାର ମରାମତି ନେଇ ସ୍ଥାନୀୟ ଲୋକେ ବ୍ଲକଠାରୁ ଆରମ୍ଭ କରି ଜିଲାପ୍ରଶାସନ ଓ ଲୋକପ୍ରତିନିଧିଙ୍କୁ ଗୁହାରି କରିଥିଲେ ମଧ୍ୟ ସୁଫଳ ମିଳିନାହଁି । ତେଣୁ ପୂର୍ବ ନିଷ୍ପତ୍ତି ମୁତାବକ ଗ୍ରାମର ମହିଳାପୁରୁଷ ଓ ଛାତ୍ରୀଛାତ୍ର ରାଜପଥ ଉପରେ ବସିରହିଥିଲେ। ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ବହୁ ଯାନବାହନ ଅଟକି ରହିଥିଲା। ଖବର ପାଇ ବୋଲଗଡ ବିଡିଓ ମଧୁସୂଦନ ବେହେରା, ତହସିଲଦାର ମୋନାଲିଶା ପଣ୍ଡା, ଥାନା ଆଇଆଇସି ସେଖ ଅକବର ଅଲ୍ଲୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ଜିଲାପାଳଙ୍କ ସହିତ ଆଲୋଚନା କରି ଆଗାମୀ ୨୯ ତାରିଖ ସୁଦ୍ଧା ଏହାର ସମାଧାନ କରାଯିବ ବୋଲି ବିଡିଓ ଓ ତହସିଲଦାର କହିଥିଲେ। ପରେ ଆନ୍ଦୋଳନକାରୀ ମହିଳାଙ୍କ ସହ ତହସିଲଦାର ପରିଦର୍ଶନ କରି ରାସ୍ତାର ଦୁରବସ୍ଥା ଉପଲବ୍‌ଧି କରିଥିଲେ। ପୂର୍ବରୁ ବୋଲଗଡ ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ମହିଳାମାନେ ରାସ୍ତା ସମ୍ପର୍କରେ ଅଭିଯୋଗ କରିଥିଲେ। ରାସ୍ତା ନିର୍ମାଣ କରା ନ ଗଲେ ରାଜପଥ ଅବରୋଧ କରିବେ ବୋଲି ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri