ପଦ୍ମପୁର, ୨୫ା୮(ଡି.ଏନ୍.ଏ.)- କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ ଏହି ଘଟଣା ଘଟିଛି। ଏହାକୁ ସ୍ଥାନୀୟ ଲୋକେ ବିରୋଧ କରି ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ନେବା ପାଇଁ ଜିଦ୍ ଧରି ରୋଗୀଙ୍କୁ ଶୁଆଇ ରାସ୍ତା ଅବରୋଧ କରିଥିଲେ। ଫଳରେ ବାସୁଦେବପୁର-ଧାମରା ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଥିଲା। ଖବର ପାଇ ନାୟିକାଣିଡିହୀ ଥାନାଧିକାରୀ ଉମାଶଙ୍କର ନାୟକ ପୋଲିସ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଏକ ଘଣ୍ଟା ପରେ ଯାନବାହାନ ଚଳାଚଳ ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ମହିଳା ଜଣକ କଟକର ଏକ ହସ୍ପିଟାଲରେ ଗତ ୧୫ ଦିନ ହେଲା ଚିକତ୍ସିିତ ହେଉଥିଲେ। କରୋନା ପରୀକ୍ଷାରୁ ପିଜିଟିଭ୍ ରିପୋର୍ଟ ଆସିବା ପରେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ଘରକୁ ପଠାଇ ଦେଇଥିଲେ। ସୋମବାର ମଧ୍ୟାହ୍ନରେ ଉକ୍ତ ମହିଳାଙ୍କୁ ଆଣିଥିବା ଘରୋଇ ଆମ୍ବୁଲାନ୍ସଟି ବାଲିମୁଣ୍ଡା ବଜାରରେ ଛାଡ଼ି ପଳାଇ ଯାଇଥିଲା। ମହିଳା ଜଣକ ସେଠାରେ ୪ ଘଣ୍ଟା ଧରି ପଡ଼ି ରହିଥିଲେ ମଧ୍ୟ ତାଙ୍କୁ କୌଣସି ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇ ନ ଥିଲା। ଏସଂକ୍ରାନ୍ତରେ ବାସୁଦେବପୁର ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କୁ ପଚାରିବାରୁ ଆକ୍ରାନ୍ତଙ୍କୁ ଭଦ୍ରକ ସାଳନ୍ଦୀ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରିବେ ବୋଲି କହିଛନ୍ତି। ରିପୋର୍ଟ ଲେଖା ବେଳକୁ ଆକ୍ରାନ୍ତ ମହିଳା ବାଲିମୁଣ୍ଡା ହାଟଚାଳୀରେ ଅବହେଳିତ ଅବସ୍ଥାରେ ପଡ଼ି ରହିଥିଲେ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି।
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍ଦବା ? ରହିଛି ଅନେକ ସ୍ବାର୍ଥ
ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍ଫାୟାର୍) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…
ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….
ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
Archives

