ରାସ୍ତା ମରାମତି କଲେ ସୁକିନ୍ଦା ଭୀମଆର୍ମି କର୍ମକର୍ତ୍ତା

ସୁକିନ୍ଦା,୧୮ା୯(ଡି.ଏନ୍‌.ଏ.) : ଯାଜପୁର ଜିଲାର ଖଣିଖାଦାନ ସହ ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ୫୩ ନମ୍ବର ଯାତୀୟ ରାଜପଥ ଶୋଚନୀୟ ହୋଇପଡିଛି। ସୁକିନ୍ଦାଠାରୁ ଡୁବୁରୀ ପର୍ଯ୍ୟନ୍ତ ରାସ୍ତା ଖାଲଖମାରେ ଭରି ରହିଥିବାରୁ ଯାତାୟାତରେ ବହୁ ସମସ୍ୟା ଦେଖାଦେଉଛି। ଏ ନେଇ ବହୁବାର ଅଭିଯୋଗ ସତ୍ତ୍ୱେ କୌଣସି ସୁଫଳ ନ ମିଳିବାରୁ ସ୍ଥାନୀୟ ଅଞ୍ଚଳର ସ୍ବେଚ୍ଛାସେବୀ ସଂଗଠନ ଭୀମଆର୍ମିର କର୍ମୀମାନେ ଏକତ୍ରିତ ହୋଇ ରାସ୍ତା ମରାମତି କାମ ଆରମ୍ଭ କରିଛନ୍ତି। ରାଜେଶ ମଲ୍ଲିକଙ୍କ ନେତୃତ୍ୱରେ ସୋମବାରଠାରୁ ସମସ୍ତ କର୍ମୀମାନେ ସଂସାଇଲୋ ଛକଠାରୁ ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ମାଟି ମରମ ଢାଳି ମରାମତି କରିଛନ୍ତି। ଅରବେନ୍ଧୁ ଦାସ, ପପୁ ମଲ୍ଲିକ, ବୁଲୁ ମଲ୍ଲିକ, ଶେଖର ମଲ୍ଲିକ, ସୁରଜ ମଲ୍ଲିକ, ସୁଶାନ୍ତ କୁମାର ମଲ୍ଲିକ ପ୍ରମୁଖ ରାସ୍ତା ମରାମତିରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ମଦଦୋକାନରେ ନକଲି ଅବକାରୀ ଅଧିକାରୀ

ରାଜକନିକା,୧୨।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ସଦର କାଜୁବଗିଚାଠାରେ ନୂତନଭାବେ ଖୋଲାଯାଇଥିବା ଏକ ଠିପିବନ୍ଦ ମଦ ଦୋକାନରେ ଅବକାରୀ ଅଧିକାରୀ ପରିଚୟ ଦେଇ କାଗଜପତ୍ର…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri