ରାସ୍ତା ମରାମତି ନ ହେଲେ ଆନ୍ଦୋଳନ : ଚେତାବନୀ ଦେଲା ଯୁବ କଂଗ୍ରେସ

ଜଳେଶ୍ୱର, ୬।୧୨(ସ୍ବ.ପ୍ର./ଡି.ଏନ.ଏ.)-ଜଳେଶ୍ୱର ବ୍ଲକ ରାଇବଣିଆର ୧୪ଟି ପଞ୍ଚାୟତର ଲାଇଫ ଲାଇନ୍‌ କୁହାଯାଉଥିବା ଜଳେଶ୍ୱର-ଓଲମରା ଶାନ୍ତିପୁର ରୋଡ଼ର ଦୁରବସ୍ଥା ବଦଳୁ ନାହିଁ। ୩ମାସ ପୂର୍ବରୁ ଜିଲାପାଳ ଦେଇଥିବା ପ୍ରତିଶ୍ରୁତି ପାଣିର ଗାର ପାଲଟିଛି। ଆସନ୍ତା ୧୫ ଦିନ ମଧ୍ୟରେ ମରାମତି ନ ହେଲେ ଆନ୍ଦୋଳନ କରାଯିବ ବୋଲି ଗୁରୁବାର ପୂର୍ତ୍ତବିଭାଗ ଡାକବଙ୍ଗଳାଠାରେ ଏକ ଖବରଦାତା ସମ୍ମିଳନୀରେ ଯୁବ କଂଗ୍ରେର କର୍ମକର୍ତ୍ତାମାନେ ଚେତାବନୀ ଦେଇଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଜଳେଶ୍ୱର ଜଗନ୍ନାଥ ସଡ଼କ ବାଘାବାଳିଠାରୁ ବାହାରିଥିବା ୨୨ କି.ମି. ଶାନ୍ତିପୁର ରୋଡ଼ରେ ରାଇବଣିଆବାସୀ ପ୍ରତିଦିନ ଜଳେଶ୍ୱର ଓ ଅନ୍ୟାନ୍ୟ ସ୍ଥାନକୁ ଯିବାକୁ ଏହି ରାସ୍ତା ଏକମାତ୍ର ବିକଳ୍ପ। ବିଶେଷକରି ସ୍ବାସ୍ଥ୍ୟକେନ୍ଦ୍ର, କୋର୍ଟ କଚେରୀ, ବ୍ୟାଙ୍କ, ଟ୍ରେଜେରୀ, ତହସିଲ, ବ୍ଲକ, ଶିକ୍ଷା, ସବ୍‌ରେଜିଷ୍ଟ୍ର, ଜଳସେଚନ, ପାନୀୟ ଜଳ ଲାଗି ଯାତାୟାତ କରିଥାନ୍ତି। ଶିଖରପୁରଠାରେ ନିର୍ମାଣ ହୋଇଥିବା ସୁବର୍ଣ୍ଣରେଖା ସେତୁ ଉପର ଦେଇ ୧୦ଟନର ମାଲବାହୀ ଯାନ ଯାତାୟାତ କରିବା ଲେଖାଥିବା ବେଳେ ୨୦ଟନ୍‌ରୁ ଊର୍ଦ୍ଧ୍ୱ ଓଜନର ବାଲି, କୋଇଲା, ପଥର ଓ ଚିପ୍ସ ଗାଡିଗୁଡିକ ଯାତାଯାତ କରୁଛି। ଏ ସମ୍ପର୍କରେ ଜଳେଶ୍ୱର ଯୁବ କଂଗ୍ରେସର ସାଧାରଣ ସମ୍ପାଦକ ଗତ ଅଗଷ୍ଟ ୨୭ ଓ ନଭେମ୍ବର ୧୦ ତାରିଖରେ ଜିଲାପାଳଙ୍କୁ ଭେଟି ଲିଖିତ ବିବୃତିରେ ଅବଗତ କରାଇଥିଲେ। ହେଲେ କୌଣସି ପଦକ୍ଷେପ ନିଆ ନ ଯିବାରୁ ଯୁବକଂଗ୍ରେସ ଏହି ଚେତାବନୀ ଦେଇଛି। ଖବରଦାତା ସମ୍ମିଳନୀରେ ଜଳେଶ୍ୱର ବିଧାନସଭା ମଣ୍ଡଳର ସଭାପତି ଗିରିଜା ଶଙ୍କର ଦାସ, ପୂର୍ବତନ ସଭାପତି ହରିଶଙ୍କର ଜେନା, ଜିଲା ସମ୍ପାଦକ ସୁଶାନ୍ତ ସେଠୀ, ଜଳେଶ୍ୱର ବ୍ଲକ ସମ୍ପାଦକ ସପନ ସାମଲ, ଜିଲା ପୂର୍ବତନ ସମ୍ପାଦକ ହେମନ୍ତ ଗିରି ଓ ଜିଲା ଉପସଭାପତି ସବ୍ୟସାଚୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri