ରାସ୍ତା ସଂପ୍ରସାରଣ ପାଇଁ ଗଛକଟା, ବିରୋଧ ପରେ ବନ୍ଦ

ବ୍ରହ୍ମପୁର ଅଫିସ,୧୪।୭ : ବାତ୍ୟା ପ୍ରଭାବିତ ଗଞ୍ଜାମ ଜିଲାରେ ସବୁଜିମା ପାଇଁ ସରକାରୀ ଏବଂ ବେସରକାରୀସ୍ତରରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସ୍କୁଲ ପିଲାଙ୍କୁ ‘ପିଲାଟିଏ ଗଛଟିଏ’ କାର୍ଯ୍ୟକ୍ରମ ସହ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବୃକ୍ଷରୋପଣ ମଧ୍ୟ କରାଯାଉଛି। ମାତ୍ର ଜିଲା ପ୍ରଶାସନ ନିଜେ ଗଛ କାଟି ପକାଉଛି। ରାସ୍ତା ସଂପ୍ରସାରଣ ପାଇଁ ମେଡିକାଲ୍‌ ରାସ୍ତାର ଉଭୟ ପାର୍ଶ୍ୱରୁ ରବିବାର ଗଛ କଟାଯାଉଥିବା ଦେଖିବାକୁ ମିଳିଛି। ସାମାଜିକ କର୍ମୀମାନେ ପହଞ୍ଚି ଏହାକୁ ବିରୋଧ କରିବା ପରେ ଗଛକଟା ବନ୍ଦ ରହିଛି।
ମିଳିଥିବା ସୂଚନା ଅନୁଯାୟୀ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ଦୁଇ ଫାଟକକୁ ସଂଯୋଗ କରୁଥିବା ରାସ୍ତାର ସଂପ୍ରସାରଣ ଏବଂ ଡିଭାଇଡର୍‌ ନିର୍ମାଣ ସହ ଲାଇଟ୍‌ ଲଗାଇବା ପାଇଁ ଚିକିତ୍ସାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଥିଲେ। ଏନେଇ ସେମାନେ ପୂର୍ତ୍ତବିଭାଗକୁ ଅନୁରୋଧ କରିଥିଲେ । ପୂର୍ତ୍ତ ବିଭାଗ ପକ୍ଷରୁ ୮ କୋଟି ଟଙ୍କାର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଥିଲା । ବର୍ତ୍ତମାନ ରାସ୍ତାର ଚଉଡ଼ା ୫ ମିଟର ଥିବାବେଳେ ତାହାକୁ ୧୫ ମିଟର ଚଉଡ଼ା କରାଯିବ। ତେବେ ରାସ୍ତାରେ ପ୍ରାୟ ୧୮୮ ପ୍ରକାରର ଗଛ ରହିଛି। ରାସ୍ତା ଚଉଡ଼ା ପାଇଁ ଉଭୟ ପଟରୁ ଗଛ କାଟିବାର ଆବଶ୍ୟକତା ରହିଥିଲା। ଏନେଇ ପୂର୍ତ୍ତବିଭାଗ ପକ୍ଷରୁ ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କ ଅନୁମତି ମଗାଯାଇଥିଲା। ବନବିଭାଗ ପକ୍ଷରୁ ଗଛ କାଟିବା ଦାୟିତ୍ୱ ଓଡ଼ିଶା ବନ ଉନ୍ନୟନ ନିଗମ(ଓଏଫ୍‌ଡିସି)କୁ ପ୍ରଦାନ କରିଥିଲା। ରବିବାର ଓଏଫ୍‌ଡିସିର କର୍ମଚାରୀମାନେ ସେଠାରେ ପହଞ୍ଚି ୮ଟି ବଡ଼ ଗଛ କାଟିଥିଲେ। ଖବର ପାଇ ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପୂର୍ବତନ ବିଡିଏ ଅଧ୍ୟକ୍ଷ ସୁବାସ ମହାରଣା, ବ୍ରହ୍ମପୁର ସବୁଜବାହିନୀର ସଭାପତି ଶିବରାମ ପାଣିଗ୍ରାହୀ, ସଂପାଦକ ଏମ୍‌.ଦିଲ୍ଲୀପ କୁମାର, ମାନବ ଅଧିକାର ସୁରକ୍ଷା ମଞ୍ଚର ଆବାହକ ଅବନୀ କୁମାର ଗୟାଙ୍କ ସମେତ ବହୁ ପରିବେଶ କର୍ମୀ ପହଞ୍ଚି ଗଛକଟାକୁ ବିରୋଧ କରିବା ସହ କୁରାଢ଼ି, କଟର୍‌କୁ ଛଡ଼ାଇ ରଖିଥିଲେ। ଓଏଫ୍‌ଡିସି ଏବଂ ପୂର୍ତ୍ତବିଭାଗର ଅଧିକାରୀଙ୍କ ସହ ଯୁକ୍ତିତର୍କ ହୋଇଥିଲା ବିଏନ୍‌ପୁର ଥାନା ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri