ରାସ୍ତା ସୂଚନା ଫଳକ ଭାଙ୍ଗିଦେଲେ ଦୁର୍ବୃତ୍ତ

ଅନୁଗୋଳ ଅଫିସ୍‌, ୧୭।୨:  ଅନୁଗୋଳ ବାଳ ସୁଧାର ଗୃହ ନିକଟରେ ପିଡବ୍ଲ୍ୟୁଡି ପକ୍ଷରୁ ମେଡିକାଲ ଯିବାକୁ ରାସ୍ତା ସୂଚନା ଲେଖାଯାଇଥିବା ଫଳକକୁ କେହି ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଦୁଇ ଦିନ ତଳେ କେହି ଏହାକୁ ଅଧା ଭାଙ୍ଗି ଦେଇଥିବାବେଳେ ରବିବାର ପୂରା ଭାଙ୍ଗି ଦିଆଯାଇଥିବା ଦେଖିବାକୁ ମିଳିଛି। ଏଥିଯୋଗୁ ଅନୁଗୋଳ ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ଲୋକେ ବାଟ ନ ପାଇ ହଇରାଣ ହେଉଛନ୍ତି। ସୂଚନା ଫଳକ ନ ଥିବାରୁ ଡାକ୍ତରଖାନା ଦେଖି ନ ଥିବା ରୋଗୀ ଲୋକଙ୍କୁ ପଚାରିପଚାରି ଯାଉଥିବାରୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଜନସାଧାରଣଙ୍କ ସୁବିଧା ପାଇଁ ଜିଲାର ବିଭିନ୍ନ ସ୍ଥାନରେ ସୂଚନା ଫଳକ ଲଗାଯାଇଥିଲେ ହେଁ ଏହି ବୋର୍ଡଗୁଡିକୁ ଭାଙ୍ଗି ଦିଆଯାଉଥିବା ଦେଖିବାକୁ ମିଳୁଛି। ଫଳରେ ଲୋକେ ଗନ୍ତବ୍ୟ ସ୍ଥଳକୁ ଯିବାକୁ ହେଲେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ବିନୋଦଚନ୍ଦ୍ର ପଣ୍ଡାଙ୍କୁ ପଚାରିବାରେ କହିଛନ୍ତି, କ’ଣ ହୋଇଛି ତାଙ୍କ ନିକଟରେ ସୂଚନା ନାହିଁ। ସୋମବାର ଘଟଣାର ଅନୁଧ୍ୟାନ କରିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri