ରାହାଡପୁର ପାହାଡ଼ରେ ଚଢ଼ାଉ: ଖାଦାନ ରାସ୍ତା କାଟି ଅଲଗା କଲା ତହସିଲ ପ୍ରଶାସନ, ହାଇୱା ସହ ୨ ଟ୍ରକ୍‌ ଜବତ

ଧର୍ମଶାଳା/ଚଢେଇଧରା.୨୨ା୧୧(ଡି.ଏନ୍‌.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ରାହାଡପୁର କଳାପଥର ପାହାଡରୁ ବେଆଇନ ପଥର ଉତ୍ତୋଳନ ରୋକିବା ନେଇ ଗୁରୁବାର ତହସିଲ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ପାହାଡରେ ବେଆଇନ ପଥର ଉତ୍ତୋଳନ ରୋକିବାକୁ ଯାଇ ୧୪୪ ଧାରା ଜାରି କରାଯାଇଛି। ହେଲେ ଏହାକୁ ଉଲ୍ଲଘଂନ କରି ପଥର ମାଫିଆମାନେ ବେଆଇନଭାବେ ପଥର ଉତ୍ତୋଳନ କରୁଥିବା ଖବର ପାଇ ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା, ଅତିରିକ୍ତ ତହସିଲଦାର ଦେବୀ ପ୍ରସନ୍ନ ମହାନ୍ତି ଓ ଜେନାପୁର ଥାନାଧିକାରୀ ଶୁସାନ୍ତ କୁମାର ଦାସ ସଦଳବଳେ ଚଢ଼ାଉ କରିଥିଲେ। ଚଢ଼ାଉବେଳେ ୧ ହାଇୱା ସହ ୨ ଟ୍ରକ୍‌ ଜବତ କରିଥିଲେ। ପରେ ରାହାଡପୁର ଓ ବହୁଚର୍ଚ୍ଚିତ ଡଙ୍କାରୀ ପାହାଡ ଦେଇ ଆସିଥିବା ୨ ରାସ୍ତାରୁ ଗୋଟିଏକୁ ଜେସିବି ଦ୍ୱାରା ଖୋଳି ବିଚ୍ଛିନ୍ନ କରିଥିଲେ। ସେହିପରି ଅନ୍ୟ ୨୦ ଖାଦାନକୁ ସଂଯୋଗ କରୁଥିବା ରାସ୍ତାକୁ ମଧ୍ୟ ଖୋଳାଯାଇଥିବା ତହସିଲଦାର ପଣ୍ଡା ସୂଚନା ଦେଇଛନ୍ତି। ଏଥିସହ ଆଗାମୀ ଦିନରେ ଆଇନ ଉଲ୍ଲଘଂନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି। ଜବତ ଗାଡିଗୁଡିକ ଚଢେଇଧରା ଆଉଟପୋଷ୍ଟରେ ରଖାଯାଇଥିବା ଥାନାଧିକାରୀ ଦାସ କହିଛନ୍ତି। ତେବେ ପୂର୍ବରୁ ରାହାଡପୁର ପରି ଡଙ୍କାରୀ, ବାଘୁଆ, ଆରୁହା, ଯାବରା ଓ ବିଛାଖଣ୍ଡି ଆଦି ପାହାଡରେ ୧୪୪ ଧାରା ଜାରି କରାଯାଇଥିଲେ ମଧ୍ୟ ମାଫିଆମାନେ ପଥର ଉତ୍ତୋଳନ କରୁଥିବା ଅଭିଯୋଗ ହେଉଛି। ଏହି ପାହାଡଗୁଡିକରେ ଯଦି ତହସିଲ ପକ୍ଷରୁ ଚଢାଉ ଜାରି ରୁହେ ତାହାଲେ ବେଆଇନ ଲୁଟ୍‌ ରୋକାଯାଇପାରିବା ନେଇ ସ୍ଥାନୀୟ ବୁଦ୍ଧିଜୀବୀ ଆଶା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri