ରାହାଡପୁର ପାହାଡ଼ରେ ଚଢ଼ାଉ: ଖାଦାନ ରାସ୍ତା କାଟି ଅଲଗା କଲା ତହସିଲ ପ୍ରଶାସନ, ହାଇୱା ସହ ୨ ଟ୍ରକ୍‌ ଜବତ

ଧର୍ମଶାଳା/ଚଢେଇଧରା.୨୨ା୧୧(ଡି.ଏନ୍‌.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ରାହାଡପୁର କଳାପଥର ପାହାଡରୁ ବେଆଇନ ପଥର ଉତ୍ତୋଳନ ରୋକିବା ନେଇ ଗୁରୁବାର ତହସିଲ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ପାହାଡରେ ବେଆଇନ ପଥର ଉତ୍ତୋଳନ ରୋକିବାକୁ ଯାଇ ୧୪୪ ଧାରା ଜାରି କରାଯାଇଛି। ହେଲେ ଏହାକୁ ଉଲ୍ଲଘଂନ କରି ପଥର ମାଫିଆମାନେ ବେଆଇନଭାବେ ପଥର ଉତ୍ତୋଳନ କରୁଥିବା ଖବର ପାଇ ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା, ଅତିରିକ୍ତ ତହସିଲଦାର ଦେବୀ ପ୍ରସନ୍ନ ମହାନ୍ତି ଓ ଜେନାପୁର ଥାନାଧିକାରୀ ଶୁସାନ୍ତ କୁମାର ଦାସ ସଦଳବଳେ ଚଢ଼ାଉ କରିଥିଲେ। ଚଢ଼ାଉବେଳେ ୧ ହାଇୱା ସହ ୨ ଟ୍ରକ୍‌ ଜବତ କରିଥିଲେ। ପରେ ରାହାଡପୁର ଓ ବହୁଚର୍ଚ୍ଚିତ ଡଙ୍କାରୀ ପାହାଡ ଦେଇ ଆସିଥିବା ୨ ରାସ୍ତାରୁ ଗୋଟିଏକୁ ଜେସିବି ଦ୍ୱାରା ଖୋଳି ବିଚ୍ଛିନ୍ନ କରିଥିଲେ। ସେହିପରି ଅନ୍ୟ ୨୦ ଖାଦାନକୁ ସଂଯୋଗ କରୁଥିବା ରାସ୍ତାକୁ ମଧ୍ୟ ଖୋଳାଯାଇଥିବା ତହସିଲଦାର ପଣ୍ଡା ସୂଚନା ଦେଇଛନ୍ତି। ଏଥିସହ ଆଗାମୀ ଦିନରେ ଆଇନ ଉଲ୍ଲଘଂନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି। ଜବତ ଗାଡିଗୁଡିକ ଚଢେଇଧରା ଆଉଟପୋଷ୍ଟରେ ରଖାଯାଇଥିବା ଥାନାଧିକାରୀ ଦାସ କହିଛନ୍ତି। ତେବେ ପୂର୍ବରୁ ରାହାଡପୁର ପରି ଡଙ୍କାରୀ, ବାଘୁଆ, ଆରୁହା, ଯାବରା ଓ ବିଛାଖଣ୍ଡି ଆଦି ପାହାଡରେ ୧୪୪ ଧାରା ଜାରି କରାଯାଇଥିଲେ ମଧ୍ୟ ମାଫିଆମାନେ ପଥର ଉତ୍ତୋଳନ କରୁଥିବା ଅଭିଯୋଗ ହେଉଛି। ଏହି ପାହାଡଗୁଡିକରେ ଯଦି ତହସିଲ ପକ୍ଷରୁ ଚଢାଉ ଜାରି ରୁହେ ତାହାଲେ ବେଆଇନ ଲୁଟ୍‌ ରୋକାଯାଇପାରିବା ନେଇ ସ୍ଥାନୀୟ ବୁଦ୍ଧିଜୀବୀ ଆଶା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri