Posted inଜାତୀୟ

ରାହୁଲଙ୍କୁ ଚୁମ୍ବନ ଦେଲେ ପୁରୁଷ ସଦସ୍ୟ: ଭିଡିଓ ଭାଇରାଲ

ଓ୍ବାୟନାଡ,୨୮।୮: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେରଳର ଓ୍ବାୟନାଡର ଏମ୍‌ପି ଥିବା ବେଳେ ବୁଧବାର ସେ ସେଠାକୁ ଗସ୍ତ କରିଛନ୍ତି। ରାହୁଲ ଚଳିତ ମାସରେ ନିଜର ନିର୍ବାଚନ ମଣ୍ଡଳୀକୁ ଦ୍ୱିତୀୟ ଥର ଯାଇଥିବା ଜଣାପଡ଼ିଛି। ଏହି ଅଞ୍ଚଳରେ ଲଗାତର ବର୍ଷା ଯୋଗୁ ଭୂସ୍ଖଳନ ହେବା ସହ ବହୁ ସ୍ଥାନ ପାଣି ଘେରରେ ରହିଛି। ଫଳରେ ବନ୍ୟା ପ୍ରଭାବିତ ଅଞ୍ଚଳ ଲୋକଙ୍କ ସମସ୍ୟା ପଚାରି ବୁଝିବା ପାଇଁ ରାହୁଲ ସେଠାରେ ପହଞ୍ଚିଥିଲେ। ଏହି ସମୟରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ସେ ଲୋକଙ୍କୁ ଭେଟିବା ପାଇଁ ଯାଇଥିବା ବେଳେ ତାଙ୍କ କାର କିଛି ସମୟ ପାଇଁ ରାସ୍ତାରେ ଅଟକି ଥିବା ସମୟରେ ଲୋକମାନେ କାର ଭିତରେ ତାଙ୍କ ସହ ହାତ ମିଳାଇଥିଲେ। ସେହି ସମୟରେ ଜଣେ ବ୍ୟକ୍ତି ହଠାତ୍‌ ଆସି ତାଙ୍କୁ ଚୁମ୍ବନ କରି ଦୌଡି ପଳାଇଥିଲେ। ଏହି ସମୟର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ରାହୁଲ ଓ୍ବାୟନାଡ ୪ ଦିନିଆ ଗସ୍ତରେ ଥିବା ବେଳେ ଅଗଷ୍ଟ ୨୯, ୩୦ରେ କୋଝିକୋଡ ଓ ମଲ୍ଲାପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ସେ ବନ୍ୟା ପୀଡ଼ିତଙ୍କୁ ଭେଟି ତାଙ୍କର ସମସ୍ୟା ପଚାରି ବୁଝିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?