Posted inଜାତୀୟ

ରାହୁଲଙ୍କ ଇସ୍ତଫା ନାଟକ: ଅଗ୍ରାହ୍ୟ କଲା କଂଗ୍ରେସ ଓ୍ବାର୍କିଂ କମିଟି

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନରେ କଂଗ୍ରେସର ବିଫଳତା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବେ ବୋଲି କୁହାଯାଉଥିଲା। ଶନିବାର କଂଗ୍ରେସ ଓ୍ବାର୍କିଂ କମିଟି ପକ୍ଷରୁ ଅନୁଷ୍ଠିତ ବିଚାର ବିମର୍ଷ ବୈଠକରେ ରାହୁଲ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ଚାହୁଁଥିବା ପ୍ରକାଶ କରିଥିଲେ। ତେବେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ନିର୍ବାଚନରେ ହାର୍‌ ଜିତ୍‌ ସବୁବେଳେ ଲାଗି ରହିଥାଏ। ତେବେ ଏଥି ପାଇଁ ରାହୁଲଙ୍କର ଇସ୍ତଫା ଦେବାର ଆବଶ୍ୟକତା ନାହିଁ ବୋଲି ପରାମର୍ଶ ଦେଇଥିଲେ। ସେହିପରି ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଧ୍ୟ ରାହୁଲଙ୍କୁ ଇସ୍ତଫା ଦେବାର କୌଣସି କାରଣ ନ ଥିବା କହିଥିଲେ। କଂଗ୍ରେସ ମହାସଚିବ ଅବିନାଶ ପାଣ୍ଡେ କେବଳ ରାହୁଲ ହିଁ ଦଳକୁ ଉଚିତ୍‌ ମାର୍ଗରେ ପରିଚାଳିତ କରାଇ ପାରିବେ ବୋଲି ପ୍ରକାଶ କରିଥିଲେ। ରାହୁଲଙ୍କ ନେତୃତ୍ୱରେ କର୍ମୀମାନେ ସଂଘର୍ଷ କରିବାକୁ ସବୁବେଳେ ପ୍ରସ୍ତୁତ ବୋଲି ସେ କହିଥିଲେ।ଏହାପରେ ଇସ୍ତଫା ନାଟକର ଯବନିକା ପଡ଼ିଥିଲା। ଶେଷରେ ରାହୁଲ ମାନିଥିବା ଜଣାପଡ଼ିଛି। ବୈଠକରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ଯେତିକି ପାରିବ ସେତିକି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ…

ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏହି…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri