Posted inଜାତୀୟ

ରାହୁଲଙ୍କ ଇସ୍ତଫା ନାଟକ: ଅଗ୍ରାହ୍ୟ କଲା କଂଗ୍ରେସ ଓ୍ବାର୍କିଂ କମିଟି

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନରେ କଂଗ୍ରେସର ବିଫଳତା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବେ ବୋଲି କୁହାଯାଉଥିଲା। ଶନିବାର କଂଗ୍ରେସ ଓ୍ବାର୍କିଂ କମିଟି ପକ୍ଷରୁ ଅନୁଷ୍ଠିତ ବିଚାର ବିମର୍ଷ ବୈଠକରେ ରାହୁଲ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ଚାହୁଁଥିବା ପ୍ରକାଶ କରିଥିଲେ। ତେବେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ନିର୍ବାଚନରେ ହାର୍‌ ଜିତ୍‌ ସବୁବେଳେ ଲାଗି ରହିଥାଏ। ତେବେ ଏଥି ପାଇଁ ରାହୁଲଙ୍କର ଇସ୍ତଫା ଦେବାର ଆବଶ୍ୟକତା ନାହିଁ ବୋଲି ପରାମର୍ଶ ଦେଇଥିଲେ। ସେହିପରି ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଧ୍ୟ ରାହୁଲଙ୍କୁ ଇସ୍ତଫା ଦେବାର କୌଣସି କାରଣ ନ ଥିବା କହିଥିଲେ। କଂଗ୍ରେସ ମହାସଚିବ ଅବିନାଶ ପାଣ୍ଡେ କେବଳ ରାହୁଲ ହିଁ ଦଳକୁ ଉଚିତ୍‌ ମାର୍ଗରେ ପରିଚାଳିତ କରାଇ ପାରିବେ ବୋଲି ପ୍ରକାଶ କରିଥିଲେ। ରାହୁଲଙ୍କ ନେତୃତ୍ୱରେ କର୍ମୀମାନେ ସଂଘର୍ଷ କରିବାକୁ ସବୁବେଳେ ପ୍ରସ୍ତୁତ ବୋଲି ସେ କହିଥିଲେ।ଏହାପରେ ଇସ୍ତଫା ନାଟକର ଯବନିକା ପଡ଼ିଥିଲା। ଶେଷରେ ରାହୁଲ ମାନିଥିବା ଜଣାପଡ଼ିଛି। ବୈଠକରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri