ରାୟଗଡ଼ାରେ ପହଞ୍ଚିଲେ ଆଉ ୪୬୧ ଶ୍ରମିକ

ରାୟଗଡ଼ା ଅଫିସ,୧୬ା୫: ଦକ୍ଷିଣ ଭାରତରେ ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ଓଡ଼ିଶା ସରକାର ପର୍ଯ୍ୟାୟକ୍ରମେ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଆଣୁଛନ୍ତି। ଗୁରୁବାର ୨ଟି ଏକ ସ୍ବତନ୍ତ୍ର ଟ୍ରେନ୍‌ରେ ଶ୍ରମିକମାନେ ଓଡ଼ିଶାରେ ପହଞ୍ଚଥିବାବେଳେ ଶନିବାର ଆଉ ୨ ଟ୍ରେନ୍‌ରେ ୪୬୧ ଆସି ପହଞ୍ଚିଛନ୍ତି। କୋଏମ୍ବାଟୁରରୁ ବାଲେଶ୍ୱର ବାହାରିଥିବା ଏକ ଟ୍ରେନ୍‌ ସକାଳ ୭ଟାରେ ରାୟଗଡ଼ାରେ ପହଞ୍ଚିଥିଲା। ଏଥିରୁ ୨୦୯ ଶ୍ରମିକ ରାୟଗଡ଼ା ରେଳ ଷ୍ଟେଶନରେ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରେ ଗଜପତି ଜିଲାର ୮୫, ରାୟଗଡ଼ାର ୭୯, ନବରଙ୍ଗପୁରର ୧୭, କନ୍ଧମାଳର୧୫, କୋରାପୁଟର ୧୨ ଏବଂ ମାଲକାନଗିରିର ଜଣେ ଶ୍ରମିକ ରହିଛନ୍ତି। ଶ୍ରମିକମାନଙ୍କୁ ନେବା ପାଇଁ ଉକ୍ତ ୬ ଜିଲାର ଅଧିକାରୀମାନେ ରାୟଗଡ଼ା ଷ୍ଟେଶନରେ ଉପସ୍ଥିତ ଥିଲେ। ଶ୍ରମିକମାନେ ପହଞ୍ଚିବା ପରେ ଷ୍ଟେଶନ ପରିସରରେ ସାମାଜିକ ଦୂରତା ବଜାୟ ରଖି ସେମାନଙ୍କ ହାତ ଧୋଇବା ବ୍ୟବସ୍ଥା କରାଯାଇଥିଲା। ପରେ ସେମାନଙ୍କ ପଞ୍ଜୀକରଣ ଓ ଥର୍ମାଲ ସ୍କ୍ରିନିଂ କରାଯାଇ ନିଜ ଅଞ୍ଚଳକୁ ନିଆଯାଇଛି। ସେଠାରେ ସେମାନଙ୍କୁ ସଙ୍ଗରୋଧରେ ରଖିବା ବ୍ୟବସ୍ଥା କରାଯାଇଛି। ସେହିପରି ଆନ୍ଧ୍ରପ୍ରଦେଶର କୁର୍ନୁଲରୁ ଅନ୍ୟ ଏକ ଟ୍ରେନ୍‌ ବଲାଙ୍ଗୀର ଅଭିମୁଖେ ବାହାରି ସନ୍ଧ୍ୟା ୬ଟାରେ ରାୟଗଡ଼ା ଷ୍ଟେଶନରେ ପହଞ୍ଚିଥିଲା। ଏଥିରୁ ୨୫୨ ଶ୍ରମିକ ରାୟଗଡ଼ାରେ ଓହ୍ଲାଇଥିଲେ। ସେମାନଙ୍କ ମଧ୍ୟରେ ରାୟଗଡ଼ା ଜିଲାର ୬୧ ଜଣ, ନବରଙ୍ଗପୁରର ୧୧୫, ମାଲକାନଗିରିର ୨୭, ଗଜପତିର ୨୯, କନ୍ଧମାଳର ୯ ଏବଂ କୋରାପୁଟ ଜିଲାର ୧୧ ଶ୍ରମିକ ରହିଥିବା ଜଣାପଡ଼ିଛି। ଏହି ଅବସରରେ ଡିଆର୍‌ଡିଏ ପିଡି ଅମୃତ ଋତୁରାଜ, ଜିଲାପାଳ ପ୍ରମୋଦ କୁମାର ବେହେରା, ଏସ୍‌ପି ଶର୍ବଣା ବିବେକ ଏମ୍‌ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରବାସୀଙ୍କ ଆଗମନକୁ ଦୃଷ୍ଟିରେ ରଖି ଜିଲାରେ ସଂକ୍ରମଣକୁ ଏଡ଼ାଇବା ପାଇଁ ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଗଜପତି ଛକରୁ ସାଇ ଇଣ୍ଟରନ୍ୟାଶନାଲ ଛକ ଏବଂ ରେଳଷ୍ଟେଶନ ଛକରେ ୪ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଏକତ୍ରିତ ନ ହେବା ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri