ରାୟଗଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ: କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ରାୟଗଡ଼ା ଅଫିସ,୩।୬: ଓଡ଼ିଶାର ୨୯ଟି ଜିଲାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗ୍ରୀନ୍‌ ଜୋନ୍‌ରେ ରହିଥିଲା ରାୟଗଡ଼ା ଜିଲା ମାତ୍ର ବୁଧବାର ରାୟଗଡ଼ାରୁ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚିତ କରାଯାଇଛି। ସେ ଦିଲ୍ଲୀ ଫେରନ୍ତା ବୋଲି ଜଣାପଡ଼ିଛି । ତେବେ ତାଙ୍କ ପରିବାରର ସଦସ୍ୟ ହୋମ କ୍ୱାରାଣ୍ଟାଇନ୍‌ରେ ରହୁଥିଲେ। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ତାଙ୍କର ପ୍ରତିଦିନ ସ୍ବାସ୍ଥ୍ୟ ପରୀକ୍ଷା କରୁଥିଲେ । ସେମାନେ ରାୟଗଡ଼ାର ରାମକୃଷ୍ଣନଗରରେ ଏକ ଭଡ଼ାଘରେ ରହୁଥିଲେ। ୨୯ ତାରିଖରେ ତାଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ରାୟଗଡ଼ା ନିକଟ ଓଡ଼ୁଗୁଡ଼ାରେ ତାଙ୍କ ଗ୍ରାମ ହୋଇଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଓଡ଼ୁଗୁଡ଼ା ଗ୍ରାମର କିଛି ଅଞ୍ଚଳ ଏବଂ ରାମକୃଷ୍ଣନଗରକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଏ ନେଇ ଜିଲାପାଳ ପ୍ରମୋଦ କୁମାର ବେହେରା ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri