Posted inଜାତୀୟ

ରାୟ ପୂର୍ବରୁ ଅଯୋଧ୍ୟାରେ ବଢ଼ିଲା ସୁରକ୍ଷା

ଅଯୋଧ୍ୟା,୭ା୧୦(ଆଇଏଏନ୍‌ଏସ୍‌): ଏବେ ପାର୍ବଣ ଋତୁ ଚାଲିଥିବାବେଳେ ଆଗକୁ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ରାୟ ପ୍ରକାଶ ପାଇବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଅଯୋଧ୍ୟାରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇଦିଆଯାଇଛି। ସେଠାକୁ ୧୦ କମ୍ପାନୀ ଅତିରିକ୍ତ ସୁରକ୍ଷା ବଳ ପଠାଯାଇଛି। ଦୁର୍ଗାପୂଜା ଓ ଦଶହରା ଶୋଭାଯାତ୍ରା ଉପରେ ଡ୍ରୋନ୍‌ରୁ ନଜର ରଖିବ ପୋଲିସ। ଶୋଭାଯାତ୍ରା ବେଳେ ରଙ୍ଗ ଅବିର ବ୍ୟବହାର ନ କରିବାକୁ ପୂଜା କମିଟିଗୁଡିକୁ ଅନୁରୋଧ କରାଯାଇଛି। ଅବିର ବଦଳରେ ସେମାନେ ଫୁଲ ପାଖୁଡ଼ା ବ୍ୟବହାର କରିପାରିବେ। ଅତିରିକ୍ତ ସୁରକ୍ଷା ବଳଙ୍କୁ ସ୍ଥାନୀୟ ଗେଷ୍ଟହାଉସ, ଧର୍ମଶାଳା, ସ୍କୁଲ କଲେଜରେ ରଖାଯିବ। ସୋମବାରଠାରୁ ଦଶହରା ପାଳନ ହେଉଥିବାବେଳେ ଦିଓ୍ବାଲି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ରାମଲୀଳାମାନ ଆୟୋଜିତ ହେବ। ଏହାବ୍ୟତୀତ ଦିଓ୍ବାଲି ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ତିନିଦିନିଆ ଦୀପୋତ୍ସବ କାର୍ଯ୍ୟକ୍ରମ ରହିଛି, ଯେଉଁଥିରେ ଲକ୍ଷାଧିକ ଜନ ସମାଗମ ହେବ।
ଆକ୍ରମଣ ସମ୍ଭାବନା ଥିବା ନେଇ ଗୋଇନ୍ଦା ସୂଚନା ମିଳିବା ପରେ ସତର୍କତା ବ୍ୟବସ୍ଥା ସ୍ବରୂପ ସମସ୍ତ ହୋଟେଲ, ଗେଷ୍ଟହାଉସ, ଧର୍ମଶାଳା, ଲଜ୍‌ ଆଦିକୁ ଯାଞ୍ଚ କରିବା ପାଇଁ ଜିଲା ପୋଲିସ ଓ ସ୍ଥାନୀୟ ଗୋଇନ୍ଦା ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାବ୍ୟତୀତ ନଭେମ୍ବରରେ ସୁପ୍ରିମକୋର୍ଟ ରାମ ଜନ୍ମଭୂମି ମାମଲାର ରାୟ ଶୁଣାଇବାକୁ ଥିବାରୁ ସୁରକ୍ଷାରେ ଯେପରି କୌଣସି ପ୍ରକାର ତ୍ରୁଟି ନ ରୁହେ ସେଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ସତର୍କତା ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚତ୍,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri