ରିଆଡ୍‌ମିଶନ ଫି’ କୋହଳ ପାଇଁ ଦାବି

ଅନୁଗୋଳ ଅଫିସ, ୨୭।୫- ଯୁକ୍ତ ୨, ଯୁକ୍ତ ୩ ମହାବିଦ୍ୟାଳୟ, ବେସରକାରୀ ଡିପ୍ଲୋମା ଓ ଡିଗ୍ରୀ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ରିଆଡମିଶନ ଫି’କୁ ତିନି ମାସ କୋହଳ କରିବା ପାଇଁ ଅନୁଗୋଳ ଜିଲା ଛାତ୍ର କଂଗ୍ରେସ କମିଟି ପକ୍ଷରୁ ବୁଧବାର ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଛାତ୍ର କଂଗ୍ରେସ କମିଟି ସଭାପତି ବିଶ୍ୱରଞ୍ଜନ ପାଣିଗ୍ରାହୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କୁ ଏହି ଦାବିପତ୍ର ପ୍ରଦାନ କରିଥିଲେ। ଲକ୍‌ଡାଉନ୍‌ ସମୟରେ ସବୁଠାରୁ ଅଧିକ ପ୍ରଭାବିତ ଲୋକଙ୍କ ସନ୍ତାନମାନଙ୍କ ଫି’ ସମ୍ପୂର୍ଣ୍ଣ ଛାଡ଼ କରିବାକୁ ମଧ୍ୟ ଛାତ୍ର କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଅନୁଗୋଳ ଜିଲା ଛାତ୍ର କଂଗ୍ରେସ ସଭାପତି ପାଣିଗ୍ରାହୀଙ୍କ ସହ ରାଜ୍ୟ ଛାତ୍ର କଂଗ୍ରେସ ଆବାହକ ପ୍ରଦ୍ୟୁମ୍ନ ସାହୁ, ଜିଲା ଛାତ୍ର କଂଗ୍ରେସର ସାଧାରଣ ସମ୍ପାଦକ ମାନସ ରଞ୍ଜନ ବିଶ୍ୱାଳ, ସୁଜିତ କୁମାର ଦେହୁରୀ, କାର୍ତ୍ତିକ ସାହୁ, ତେଜନ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri