ରିଙ୍କିଲ୍ସ ପାଇଁ ଚିନ୍ତିତ କି, ତାହେଲେ ଆପଣାନ୍ତୁ ଏହି ଉପାୟ

ସାଧାରଣତଃ କେତେକ ଲୋକଙ୍କ କ୍ଷେତ୍ରରେ କମ୍‌ ବୟସରେ ମଧ୍ୟ ମୁହଁରେ ରିଙ୍କିଲ୍ସ ଆସିଯାଇଥାଏ। ଯେପରିକି ଚର୍ମ କୁଞ୍ଚନ, ଚର୍ମ ଢିଲା ହେବା, ଚମକ ହ୍ରାସ ପାଇବା ଇତ୍ୟାଦି। ବିଶେଷ କରି ମହିଳାମାନେ ଏହାକୁ ନେଇ ବହୁ ଚିନ୍ତିତ ହୋଇଥାନ୍ତି। ୩୦ ବର୍ଷ ବୟସ ପରେ ଚର୍ମ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାକୁ ପଡ଼ିଥାଏ। ସାଧାରଣତଃ ରିଙ୍କିଲ୍ସ ୨ ପ୍ରକାରର। ପ୍ରଥମ ବୟସ ବୃଦ୍ଧି ହେବା ଓ ଦ୍ୱିତୀୟଟି ଆଖପାଖର ବାତାବରଣ। ଯେପରିକି ଖରା, ପ୍ରଦୂଷଣ, ଲାଇଫଷ୍ଟାଇଲ ଇତ୍ୟାଦି। ତେବେ ଏଥିରୁ ବର୍ତ୍ତିବା ପାଇଁ ଆପଣାନ୍ତୁ କିଛି ଘରୋଇ ଉପାୟ।
*ଗୋଲାପ ଜଳ: ୨ଚାମଚ ଗୋଲାପ ଜଳ, ଅଧା ଚାମଚ ଲେମ୍ବୁ ରସ ଓ ଗ୍ଲିସେରିନ୍‌ର କିଛି ବୁନ୍ଦା ପକାଇ ଏହାର ମିଶ୍ରଣ ତିଆରି କରନ୍ତୁ। ଏହାକୁ ତୁଳାରେ ନେଇ ମୁହଁରେ ଲଗାନ୍ତୁ। ପ୍ରତିଦିନ ଶୋଇବା ଆଗରୁ ମୁହଁରେ ଏହି ମିଶ୍ରଣକୁ ଲଗାଇ ଛାଡ଼ି ଦିଅନ୍ତୁ। ସକାଳୁ ଉଠି ପାଣିରେ ମୁହଁକୁ ଧୋଇ ଦିଅନ୍ତୁ। କିଛି ଦିନ କରିବା ପରେ ଏହାର ପରିଣାମ ଆପଣ ନିଜେ ଜାଣିପାରିବେ।
* ଅଣ୍ଡା: ଗୋଟିଏ ଅଣ୍ଡାରୁ କେଶର କାଢ଼ି ତାକୁ ଚର୍ମରେ ଲଗାଇ କିଛି ସମୟ ରଖନ୍ତୁ। ଏହାପରେ ଏହାକୁ ନଖ ଉଷୁମ ପାଣିରେ ଧୋଇ ଦିଅନ୍ତୁ। ଏହାଦ୍ୱାରା ଚର୍ମ ଟାଇଟ ହେବା ସହ ଭାଙ୍ଗ ମଧ୍ୟ ଲିଭିଯାଇଥାଏ।
*ମୁଲତାନୀ ମାଟି: ମହୁ ଓ ଗ୍ଲିସେରିନ ସହ ମୁଲତାନୀ ମାଟିକୁ ମିଶାଇ ମୁହଁରେ ଲଗାନ୍ତୁ। କିଛି ସମୟ ପରେ ଥଣ୍ଡା ପାଣିରେ ମୁହଁକୁ ଧୋଇଦିଅନ୍ତୁ। ଏହାଦ୍ବାରା ତ୍ୱଚା ସୁସ୍ଥ ରହିବା ସହ ଉଜ୍ବଳତା ମଧ୍ୟ ବଜାୟ ରହିବ।
*କ୍ଷୀର: ଗୋଟିଏ ପାତ୍ରରେ କିଛି କ୍ଷୀର ଆଣି ଏଥିରେ ମୁଲତାନୀ ମାଟି ମିଶାଇ ମୁହଁରେ ଲଗାନ୍ତୁ। ଏହା ପ୍ରାକୃତିକ ପ୍ରଣାଳୀରେ ଚର୍ମକୁ ଟାଇଟ କରିଥାଏ।
*ବସା ଦହି: ବସା ଦହିକୁ ମଧ୍ୟ ଲୋଚାକୋଚା ହୋଇ ଯାଇଥିବା ଚର୍ମରେ ବ୍ୟବହାର କରିପାରିବେ। ବସା ଦହି ଚର୍ମକୁ ପୁନଃ ସୁଗଠିତ ଓ ସୁନ୍ଦର କରିବା ସହ ଚର୍ମକୁ କୋମଳ ଓ ଚମକପ୍ରଦ କରିଥାଏ।
*ମହୁ: ଏକ ଚାମଚ ମହୁ ସହ ଗ୍ଲିସେରିନ ମିଶାଇ ମୁହଁ ଓ ବେକରେ ଲଗାନ୍ତୁ। ୨-୩ ମିନିଟ ମାଲିସ କରି ଶୁଖିବା ଯାଏଁ ଏହାକୁ ଛାଡ଼ି ଦିଅନ୍ତୁ। ଏହାପରେ ଥଣ୍ଡା ପାଣିରେ ମୁହଁକୁ ସଫା କରି ଶୁଖିଲା କପଡ଼ାରେ ପୋଛି ଦିଅନ୍ତୁ। ଦେଖିବେ କିଛି ଦିନ ପରେ ରିଙ୍କିଲ୍ସ ଦୂର ହୋଇଯାଇଥିବଯିବ।