ରିଲାଏନ୍ସ -ସାଉଦି ଆରାମ୍‌କୋ ଡିଲ୍‌ ଅଟକିଲା

ନୂଆଦିଲ୍ଲୀ,୧୬।୭: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌(ଆର୍‌ଆଇଏଲ୍‌) ଏହାର ଅଏଲ୍‌ ଟୁ କେମିକାଲ (ଓଟୁସି) କାରବାରର ୨୦% ଅଂଶଧନ ସାଉଦି ଆରାମ୍‌କୋ ନାମକ କମ୍ପାନୀକୁ ବିକ୍ରି କରିବାକୁ ଯୋଜନା ରଖାଯାଇଥିଲା। ଏ ନେଇ ଦୁଇ କମ୍ପାନୀ ମଧ୍ୟରେ ଆଲୋଚନା ଜାରି ରହିଥିଲା। ହେଲେ ଏହି ଡିଲ୍‌ ବର୍ତ୍ତମାନ ଅଟକିଯାଇଥିବା ଜଣାପଡିଛି। ପ୍ରକ୍ରିୟା ସହ ଜଡ଼ିତ ୪ ବରିଷ୍ଟ ଅଧିକାରୀ ରଏଟର୍ସକୁ କହିଛନ୍ତି ଯେ, କୋଭିଡ୍‌ କାରଣରୁ ଏନର୍ଜି ମାର୍କେଟ ଉପରେ ବଡ଼ ପ୍ରଭାବ ପଡିଛି। ଏଥିଲାଗି ଡିଲ୍‌ ଲାଗି ଆଲୋଚନା ଆଗକୁ ନ ବଢ଼ିପାରି ଅଟକିଯାଇଛି। ଅନ୍ୟ ଏକ ସୂତ୍ର ମୁତାବକ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ ହେବା ଯୋଗୁ ଅଏଲ ଆସେଟ୍‌ସ ଗ୍ଲୋବାଲ ଭାଲ୍ୟୁଏଶନରେ ହ୍ରାସ ଦେଖାଯାଇଛି। ଏଭଳି ସ୍ଥିତିରେ ରିଲାଏନ୍ସ ଡିଲ୍‌କୁ ନେଇ ପୁଣି ଥରେ ତର୍ଜମା କରୁ ବୋଲି ସାଉଦି ଆରାମ୍‌କୋ ଚାହୁଁଛି। ଅନ୍ୟ ଜଣେ ଅଧିକାରୀ କହିଛନ୍ତି ଯେ, ଡିଲ୍‌କୁ ପୁନଃ ଭାଲ୍ୟୁଏଶନ କରିବା ଲାଗି ସାଉଦି ଆରାମ୍‌କୋ ଇଚ୍ଛା ପ୍ରକଟ କରିଛି। ଯଦି ଏପରି ହୁଏ ତେବେ ଏହା ରିଲାଏନ୍ସ ପାଇଁ ଝଟକା ସଦୃଶ ହେବ ବୋଲି କୁହାଯାଉଛି। ଏହି ଡିଲ୍‌ ୧୫ ବିଲିୟନ ଡଲାର ବିଶିଷ୍ଟ ହେବ ବୋଲି ଗତବର୍ଷ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

SBI କର୍ମଚାରୀଙ୍କ ବଡ଼ ଷ୍ଟ୍ରାଇକ୍‌! ଦେଶବ୍ୟାପୀ ଦୁଇଦିନ ପାଇଁ ଠପ୍‌ ପଡିଯିବ ବ୍ୟାଙ୍କ ସେବା, ଜାଣନ୍ତୁ କେବେ?

ନୂଆଦିଲ୍ଲୀ,୧୫।୫: ଦେଶର ସର୍ୱବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ରେ କାର୍ଯ୍ୟରତ କର୍ମଚାରୀମାନେ ସେମାନଙ୍କର ଦାବି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଅଲ…

ପେଟ୍ରୋଲ ପରେ ବଢିଯିବ କି ଗ୍ୟାସ ସିଲିଣ୍ଡରର ଦାମ୍‌? ଏବେ ସିଲିଣ୍ଡର ବୁକ କରିବାକୁ କେତେ ଖର୍ଚ୍ଚ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୫: ୧ ମଇ, ୨୦୨୬ ଠାରୁ ୧୯ କିଲୋଗ୍ରାମର ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୯୯୩ ବୃଦ୍ଧି କରାଯାଇଛି। ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପରେ,…

ପେଟ୍ରୋଲ ରେଟ୍‌ ବଢିବା ପରେ କେଉଁଠି ଶସ୍ତାରେ ମିଳୁଛି ପେଟ୍ରୋଲ, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୫: ଆଜି, ୧୫ ମଇ ଠାରୁ, ସାରା ଦେଶରେ ପେଟ୍ରୋଲ, ଡିଜେଲ ଏବଂ ସିଏନଜିର ମୂଲ୍ୟ ବୃଦ୍ଧି ପାଇଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୩.୧୪ ବୃଦ୍ଧି…

ବଢିଲା ପେଟ୍ରୋଲ ରେଟ୍‌: ମାର୍କେଟକୁ ଆସିଲା ୪ଟି ସବୁଠୁ ଶସ୍ତା ଇଲେକ୍ଟ୍ରି କାର୍‌, ରେଟ୍‌ ଜାଣିଲେ…

ନୂଆଦିଲ୍ଲୀ,୧୫।୫: ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବେ ଲୋକଙ୍କ ବଜେଟକୁ ବ୍ୟାହତ କରିବା ଆରମ୍ଭ କରିଛି। ଦୈନନ୍ଦିନ ଯାତ୍ରୀମାନଙ୍କ ପାଇଁ, ମାସିକ ଇନ୍ଧନ ଖର୍ଚ୍ଚ ଏକ ବଡ଼…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା ପେଟ୍ରୋଲ-ଡିଜେଲ ରେଟ୍, ଭୁବନେଶ୍ବରରେ….

ନୂଆଦିଲ୍ଲୀ,୧୫।୫: ଯାହା ଭୟ ଥିଲା ସେୟା ହିଁ ଘଟିଲା। ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ ବଡ଼ ବୃଦ୍ଧି ଘଟିଛି । ପେଟ୍ରୋଲ ୩ଟଙ୍କା ୧୪…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

ମହଙ୍ଗା ମାଡ଼! ବଢ଼ିଲା ଅମୂଲ କ୍ଷୀର ଦାମ୍, ଲିଟର ପିଛା….

ନୂଆଦିଲ୍ଲୀ,୧୩ା୫: ସାଧାରଣ ଜନତାଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି । ଦେଶର ପ୍ରମୁଖ ଦୁଗ୍ଧ କମ୍ପାନୀ ଅମୂଲ ସାରା ଦେଶରେ କ୍ଷୀରର ମୂଲ୍ୟ ପ୍ରତି ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri