ରିଲିଜ୍‌ ହେଲା ‘ଛପାକ’ର ନୂଆ ପୋଷ୍ଟର

ମୁମ୍ବାଇ: ନିର୍ଦ୍ଦେଶକ ମେଘନା ଗୁଲଜାର ତାଙ୍କ ଅଗାମୀ ଫିଲ୍ମ ‘ଛପାକ’ ମାଧ୍ୟମରେ ଦର୍ଶକଙ୍କୁ ଜଣେ ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କ ପ୍ରେରଣାଦାୟୀ କାହାଣୀ ସହ ପରିଚିତ କରାଇବାକୁ ପ୍ରସ୍ତୁତ ହୋଇସାରିଲେଣି। ଫିଲ୍ମରେ ‘ମାଳତି’ ଭୂମିକାରେ ଅଭିନୟ କରୁଥିବା ନାୟିକା ଦୀପିକା ପାଦୁକୋନ ତାଙ୍କର ଏହି ବହୁ ପ୍ରତିକ୍ଷିତ ଫିଲ୍ମର ଏକ ପୋଷ୍ଟର ରିଲିଜ୍‌ କରିଛନ୍ତି। ଏହି ପୋଷ୍ଟରଟି ମନଲୋଭା ହୋଇଥିବା ବେଳେ ଏଥିରେ ପରଫେକ୍ଟ ବ୍ୟାକ୍‌ଗ୍ରାଉଣ୍ଡ ଓ କ୍ଲାସିକ୍‌ ପୋଜ୍‌ ଦର୍ଶକଙ୍କ ହୃଦୟକୁ ଛୁଇଁ ପାରିଛି। ଉକ୍ତ ପୋଷ୍ଟରରେ ଦୀପିକା ଓ ବିକ୍ରାନ୍ତ ପାଖାପାଖି ରହିଥିବା ବେଳେ ଏମାନଙ୍କ ନଖରାମି ପ୍ରେମରେ ପରିବର୍ତ୍ତନ ହେଉଥିବା ଲକ୍ଷ୍ୟ କରାଯାଉଛି। ଏହି ପୋଷ୍ଟର ଶେୟାର କରିବା ସହ ଦୀପିକା ଲେଖିଛନ୍ତି, ‘ଯେତେ ଅଧିକ ଝଗଡ଼ା, ସେତେ ଅଧିକ ଭଲପାଇବା’। Nok Jhok se hui ek khoobsoorat love story ki shuruaat…
Dekhiye #Chhapaak iss Friday!” ଜଣେ ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କ କାହାଣୀକୁ ନେଇ ଦୀପିକା ନିଶ୍ଚିତ ଭାବେ ଦମ୍‌ଦାର ଅଭିନୟ କରିଥିବେ ବୋଲି ଦର୍ଶକେ ଆଶା ରଖିଛନ୍ତି। ଭିନ୍ନ କାହାଣୀ ଉପରେ ଆଧାରିତ ଏହି ଫିଲ୍ମ ଦର୍ଶକଙ୍କୁ ଛୁଇଁବ ବୋଲି ନିର୍ମାତା ନିର୍ଦ୍ଦେଶକ ଅପେକ୍ଷା ରଖିଛନ୍ତି। ଏଥର ଫ୍ରାଇଡେ ରିଲିଜ୍‌ରେ ପରଦାକୁ ଆସିବ ‘ଛପାକ’।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri