ରିଲିଫ ପାଣ୍ଠିକୁ ପୁରୀ-ନିମାପଡ଼ା ସମବାୟ ବ୍ୟାଙ୍କ ଦେଲା ୫ ଲକ୍ଷ

ପୁରୀ ଅଫିସ,୯ା୪: ବିଶ୍ୱ ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯାଇପାରିବ ସେଥିପାଇଁ ସମଗ୍ର ଦେଶରେ ୨୧ଦିନିଆ ଲକ୍‌ଡାଉନ ଚାଲିଛି। ବୁଧବାର ଲକ୍‌ଡାଉନକୁ ୧୫ଦିନ ବିତିଯାଇଛି। ଲକ୍‌ଡାଉନ ଯୋଗୁ ଦେଶର ଅର୍ଥନୀତି ଉପରେ ଏହାର ବିଶେଷ ପ୍ରଭାବ ପଡ଼ିଛି। ତେଣୁ ଏଭଳି ସମୟରେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ିଛି। ବିଭିନ୍ନ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅର୍ଥରାଶି ପ୍ରଦାନ କରୁଛନ୍ତି। ବୁଧବାର ପୁରୀ ଜିଲା ପ୍ରଶାସନ ମାଧ୍ୟମରେ ୟୁନାଇଟେଡ ପୁରୀ-ନିମାପଡ଼ା ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କ ୫ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛି। ବ୍ୟାଙ୍କ ସଭାପତି ସତ୍ୟବାଦୀ ମହାପାତ୍ର, ସମ୍ପାଦକ ଅମୂଲ୍ୟାନନ୍ଦ ମହାନ୍ତି, ଏଷ୍ଟାବ୍ଲିଶମେଣ୍ଟ ଅଫିସର ବୀରେନ୍ଦ୍ର ମହାନ୍ତି ଏହି ଚେକ୍‌ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କୁ ପ୍ରଦାନ କରିଛନ୍ତି। ସେହିପରି ଗୋପ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ର କର୍ମଚାରୀମାନେ ୫୧ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ନୀଳକଣ୍ଠ ମିଶ୍ର ଏବଂ ଗୋପ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଅପରାଜିତା ପାଢ଼ୀ ଏଡିଏମ୍‌ଓଙ୍କୁ ଏହି ଅର୍ଥ ପ୍ରଦାନ କରିଥିଲେ। ପୁରୀ ଜିଲା ଧାନକଳ ମାଲିକ ସଂଘର ୧୬ଜଣ ସଦସ୍ୟ ୩.୨୩ଲକ୍ଷ ଟଙ୍କା ଦାନ କରିଛନ୍ତି। ସେହିପରି ସତ୍ୟନଗର ଉନ୍ନୟନ କମିଟି ୨୧ହଜାର ଏବଂ ଆନନ୍ଦ କୁମାର ମହାପାତ୍ର ୫ହଜାର ଟଙ୍କାର ଚେକ୍‌ ମଧ୍ୟ ପ୍ରଦାନ କରିଛନ୍ତି। ଏପର୍ଯ୍ୟନ୍ତ ଜିଲା ପ୍ରଶାସନ ମାଧ୍ୟମରେ ୧୬,୦୩,୨୮୪ଟଙ୍କା ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?