ରିଲେଶନସିପ୍‌କୁ ନେଇ ଏଭଳି କହିଲେ କିଆରା

ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରାଙ୍କ ସମ୍ପର୍କ କଥା ତ ସବୁ ଜାଣିଥିବେ। ନିକଟରେ ଦୁହିଁଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଚାଲିଛି। ଶୁଣାଯାଉଛି କି ଦୁହେଁ ବ୍ରେକ୍‌ଅପ୍‌ କରିଦେଇଛନ୍ତି। ଏଥିମଧ୍ୟରେ କିଆରା ଆଡଭାନୀଙ୍କ ଫିଲ୍ମ ’ଭୁଲ ଭୁଲେୟା ୨ ’ର ଟ୍ରେଲର ମଙ୍ଗଳବାର ରିଲିଜ୍‌ ହୋଇଛି । ଟ୍ରେଲର ଲଞ୍ଚିଂ ଅବସରରେ କିଆରାଙ୍କୁ ପଚରାଯାଇଥିଲା କି, ଏମିତି କୌଣସି ବ୍ୟକ୍ତି ଅଛନ୍ତି, ଯାହାକୁ ଆପଣ ନିଜ ସ୍ବପ୍ନରୁ କିମ୍ବା ଆପଣଙ୍କ ଜୀବନରୁ ଭୁଲେଇବାକୁ ଚାହୁଁଛନ୍ତି ? ଏହାର ଜବାବରେ କିଆରା କହିଥିଲେ ‘ବିଲକୁଲ ନୁହେଁ, କାରଣ ଯାହାକୁ ମୁଁ ଭେଟିଛି ଏବଂ ଯାହା ସହ ସମ୍ପର୍କ ରଖିଛି, ସେମାନେ ମୋ ଜୀବନ ସହିତ ଯୋଡି ହୋଇଯାଇଛନ୍ତି । ତେଣୁ କାହାକୁ ମଧ୍ୟ ମୁଁ ଭୁଲିବାକୁ ଚାହୁଁନି।’ କିଆରାଙ୍କ ଏହିପରି ଜବାବ ସିଦ୍ଧାର୍ଥଙ୍କ ସହ ରିଲେଶନସିପ୍‌କୁ ଇଙ୍ଗିତ କରୁଛି ବୋଲି କୁହାଯାଉଛି। କିଆରା ଏବଂ ସିଦ୍ଧାର୍ଥ ଏ ପର୍ଯ୍ୟନ୍ତ ବ୍ରେକ୍‌ଅପ ବିଷୟରେ କେବେ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି । ଏଭଳି ପରିସ୍ଥିତିରେ ଲଭବାର୍ଡଙ୍କ ରିଲେଶନସିପ ଭାଙ୍ଗିଯାଇଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri