Posted inଖେଳ

ରିଷଭ ପନ୍ତଙ୍କ ପିଲାଳିଆମି ଯାଉନି

ରାଜକୋଟ,୮।୧୧- ନିଜର ଶଟ୍‌ ଚୟନ ନେଇ ସର୍ବଦା ସମାଲୋଚନାର ସମ୍ମୁଖୀନ ହେଉଥିବା ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବାଂଲାଦେଶ ବିପକ୍ଷରେ ଏଠାରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ରେ ଏକ ସ୍କୁଲ ଛୁଆଙ୍କ ଭଳି ତ୍ରୁଟି କରିଛନ୍ତି। ବାଂଲାଦେଶ ଇନିଂସର ୬ଷ୍ଠ ଓଭରରେ ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କୁ ବଡ଼ ଶଟ ମାରିବା ପାଇଁ ବ୍ୟାଟ୍ସମ୍ୟାନ ଲିଟନ ଦାସ ଆଗକୁ ଷ୍ଟେପ ନେଇଥିଲେ। କିନ୍ତୁ ଲିଟନ ବଲ ମିସ କରିବାରୁ ପନ୍ତ ବିଳମ୍ବ ନ କରି ଷ୍ଟମ୍ପ ଆଉଟ୍‌ କରିଥିଲେ। ହେଲେ ଏହାପରେ ଯାହା ହେଲା କ୍ରିକେଟ ପ୍ରଶଂସକଙ୍କୁ ଚକିତ କରି ଦେଇଥିଲା। ରିପ୍ଲେରେ ପନ୍ତଙ୍କ କିପିଂ ଗ୍ଲୋଭ୍‌ର କିଛି ଅଂଶ ଉଇକେଟ ଆଗରେ ଥିବା ଜଣାପଡ଼ିଥିଲା। ଫଳରେ ତୃତୀୟ ଅମ୍ପାୟର ଲିଟନଙ୍କୁ ନଟ ଆଉଟ୍‌ ଦେଇଥିଲେ। ପନ୍ତଙ୍କ ଏଭଳି ଗୁରୁତର ତ୍ରୁଟି ଯୋଗୁ ଅନ୍‌ ଫିଲ୍ଡ ଅମ୍ପାୟର ଏହାକୁ ନୋ ବଲ ଘୋଷଣା କରିଥିଲେ ଓ ବାଂଲାଦେଶକୁ ଏକ ଫ୍ରି ହିଟ୍‌ ମିଳିଥିଲା। ଭାରତୀୟ ଦଳରେ ସ୍ଥାନ ପକ୍କା କରିବା ପାଇଁ ସଂଘର୍ଷ କରୁଥିବା ୨୨ ବର୍ଷୀୟ ଯୁବ ଖେଳାଳି ଚଳିତ ସିରିଜର ପ୍ରଥମ ମ୍ୟାଚ୍‌ରେ ଡିଆରଏସ୍‌ ନେଇ ସମାଲୋଚିତ ହୋଇଥିଲେ। ଏଭଳି ପ୍ରଦର୍ଶନ ଯୋଗୁ ଭାରତୀୟ କୋଚିଂ ଷ୍ଟାଫ, ପଣ୍ଡିତ ଓ ପ୍ରଶଂସକମାନେ ପନ୍ତଙ୍କୁ ସମାଲୋଚନା କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri