ରୁଗ୍ଣ ହାତୀକୁ ଚଲାଇ ମାରିଦେଲେ

କଲମ୍ବୋ, ୧୭ା୮: ହାଡ଼ କଙ୍କାଳ ଦେଖାଯାଉଥିବା ଏକ ୭୦ ବର୍ଷୀୟ ରୁଗ୍ଣ ହାତୀକୁ ଶ୍ରୀଲଙ୍କାରେ ଚଲାଇ ଚଲାଇ ମାରିଦେଇଥିବା ଜଣାପଡ଼ିଛି। ଏକ ବଡ ବୌଦ୍ଧ ମହୋତ୍ସବରେ ହାତୀଟିକୁ ପରେଡ୍‌ କରିବା ଲାଗି ନିଆଯାଇଥିଲା। ଅସୁସ୍ଥତା ସତ୍ତ୍ୱେ ଦେହସାରା ପୋଷାକ ପିନ୍ଧାଯାଇ ହାତୀଟିକୁ ଜୋର୍‌ ଜବରଦସ୍ତ ମହୋତ୍ସବରେ ପରେଡ୍‌ କରାଯିବାକୁ ସାଧାରଣରେ ସମାଲୋଚନା କରାଯାଇଥିଲା। ଏହାକୁ ନେଇ ସୋସିଆଲ ମିଡିଆରେ ତୀବ୍ର ସମାଲୋଚନା କରାଯାଇଥିବାବେଳେ ପଶୁପ୍ରେମୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବିଳମ୍ବରେ ହେଉପଛେ ଆୟୋଜକମାନେ ବୁଧବାର ବୟସାଧିକ ହାତୀକୁ ଏଥିରୁ ବାଦ୍‌ ଦେଇଥିଲେ। ଗୁରୁବାର ହାତୀଟି ଅଧିକ ଅସୁସ୍ଥ ହୋଇ ପ୍ରାଣ ହରାଇଥିଲା। ବିଭାଗୀୟ ମନ୍ତ୍ରୀ ଜନ ଅମରାତୁଙ୍ଗା ଏସମ୍ପର୍କରେ କହିବା ସହ ଏହାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ପ୍ରକାଶ କରିଛନ୍ତି। ବନ୍ୟଜନ୍ତୁ ଅଧିକାରୀ ଏହାର ତଦନ୍ତ କରି ଏଥିଲାଗି କିଏ ଦାୟୀ, ତାହା ଜଣାଇବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?