Posted inଖେଳ

ରୁଟ୍‌ଙ୍କ ଦ୍ୱିଶତକ: ଇଂଲଣ୍ଡ ଅଗ୍ରଣୀ

ହାମିଲଟନ,୩।୧୨(ଏଏଫପି)- ଅଧିନାୟକ ଜୋ ରୁଟଙ୍କ ଦ୍ୱିଶତକ ବଳରେ ଇଂଲଣ୍ଡ ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ୧୦୧ ରନ୍‌ର ଇନିଂସ ଅଗ୍ରଣୀ ହାସଲ କରିଛି। ନ୍ୟୁଜିଲାଣ୍ଡର ପ୍ରଥମ ଇନିଂସ ୩୭୫ ରନ ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ୪୭୬ ରନ ସଂଗ୍ରହ କରିଛି। ସୋମବାର ୪ର୍ଥ ଦିବସ ଶେଷବେଳକୁ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସରେ ୨ ଉଇକେଟ ହରାଇ ୯୬ ରନ ସଂଗ୍ରହ କରିଛି। ଦଳ ୨୮ ରନରେ ୨ଟି ଉଇକେଟ ହରାଇଥିଲେ ହେଁ ଅଧିନାୟକ କେନ୍‌ ଓ୍ବିଲିୟମସନ ୩୭ ଓ ରସ ଟେଲର ୩୧ ରନ କରି ଇନିଂସ ସମ୍ଭାଳିଛନ୍ତି। ୮ ଉଇକେଟ ସୁରକ୍ଷିତ ଥିବାବେଳେ ନ୍ୟୁଜିଲାଣ୍ଡ ଇଂଲଣ୍ଡ ପ୍ରଥମ ଇନିଂସ ସ୍କୋରଠାରୁ ୫ ରନ ପଛରେ ରହିଛି।
ରୁଟଙ୍କ ଦ୍ୱିଶତକ ଚତୁର୍ଥ ଦିବସର ଚର୍ଚ୍ଚିତ ଘଟଣା ଥିଲା। ସେ ୪୪୧ଟି ବଲ୍‌ର ସମ୍ମୁଖୀନ ହୋଇ ୨୨ ଚୌକା ଓ ୧ ଛକା ସହାୟତାରେ ୨୨୬ ରନ ସ୍କୋର କରିଥିଲେ। କୌଣସି ଦଳର ଅଧିନାୟକ ଭାବେ ରୁଟ୍‌ ନ୍ୟୁଜିଲାଣ୍ଡରେ ପ୍ରଥମେ ଦ୍ୱିଶତକ ହାସଲ କରିଛନ୍ତି। ଦ୍ୱିଶତକ ହାସଲ କରିବାରେ ରୁଟ ଇଂଲଣ୍ଡର ୪ର୍ଥ ଅଧିନାୟକ। ଲେନ ହଟନ ଇଂଲଣ୍ଡର ପ୍ରଥମ ଅଧିନାୟକ ଭାବେ ଦ୍ୱିଶତକ କରିଥିଲେ। ସେ ୧୯୫୪ରେ ୨୫୪ ରନ୍‌ର ଇନିଂସ ଖେଳିଥିଲେ। ତାଙ୍କ ପରେ ଟେଡ୍‌ ଡେକ୍ସଟର ୧୯୬୨ରେ କରାଚୀରେ ୨୧୫ ରନ୍‌ କରିଥିଲେ। ଏହି ତାଲିକାରେ ଆଲିଷ୍ଟର କୁକ୍‌ (୨୬୩) ମଧ୍ୟ ରହିଛନ୍ତି। ରୁଟ୍‌ଙ୍କ ବ୍ୟତୀତ ଓଲି ପୋପ୍‌ ନ୍ୟୁଜିଲାଣ୍ଡ ବୋଲରଙ୍କୁ ସଫଳ ମୁକାବିଲା କରି ୨୦୨ ବଲ୍‌ରୁ ୭୫ ରନ ସଂଗ୍ରହ କରିଥିଲେ। ରୁଟ୍‌ ଓ ପୋପ୍‌ଙ୍କ ୬ଷ୍ଠ ଉଇକେଟ ଭାଗୀଦାରିରେ ସର୍ବାଧିକ ୧୯୩ ରନ ସଂଗ୍ରହ ହେବା ଯୋଗୁ ହିଁ ଇଂଲଣ୍ଡ ଅଗ୍ରଣୀ ନେବା ସମ୍ଭବ ହୋଇଥିଲା। ନ୍ୟୁଜିଲାଣ୍ଡ ପକ୍ଷରୁ ନେଲ୍‌ ଓ୍ବାଗନର ୫ ଉଇକେଟ ସଫଳତା ପାଇଥିବାବେଳେ ଟିମ୍‌ ସୌଦୀ ୨ଟି ଏବଂ ମ୍ୟାଟ ହେନରି ଓ ମିଚେଲ ସାଣ୍ଟନର ଗୋଟିଏ ଲେଖାଏ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri