ରୁଦ୍ରପୁର ଗ୍ରାମରେ ରାଜନୈତିକ ଗୋଷ୍ଠୀ ସଂଘର୍ଷ, ଦୁଇ ଗୁରୁତର ପୂର୍ବତନ ସରପଞ୍ଚଙ୍କ ସମେତ ୩ ଗିରଫ

ବିଞ୍ଝାରପୁର,୪ା୧୨(ଡି.ଏନ୍‌.ଏ)- ଗତ ସାଧାରଣ ନିର୍ବାଚନ ପରଠାରୁ ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତର ରୁଦ୍ରପୁର ଗ୍ରାମରେ ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ଲାଗି ରହିଥିବା ଛକାପଞ୍ଝା ସୋମବାର ସନ୍ଧ୍ୟାରେ ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିଥିଲା। ରାଜନୈତିକ ବିବାଦକୁ ନେଇ ଉଭୟ ଦଳର ସମର୍ଥକଙ୍କ ମଧ୍ୟରେ ଗୋଷ୍ଠି ସଂଘର୍ଷ ଘଟିବାରୁ ୨ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତଦ୍ୱୟ ହେଲେ ରୁଦ୍ରପୁର ଗ୍ରାମର ଅକ୍ଷୟ ଦାସ ଓ କଲ୍ୟାଣପୁର ଗ୍ରାମର ବାବନା ଗୋଚ୍ଛାୟତ। ଏହି ଘଟଣାକୁ ନେଇ ଉଭୟ ଗୋଷ୍ଠୀ ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ୪ଟି ପୃଥକ ମାମଲା (ନଂ. ୩୪୮/୧୯, ୩୪୯/୧୯, ୩୫୦/୧୯, ୩୫୧/୧୯) ରୁଜୁ କରିଛି। ଏହି ଘଟଣାରେ ସଂପୃକ୍ତି ନେଇ ପୂର୍ବତନ ସରପଞ୍ଚ ତଥା ଭାଜପା ସମର୍ଥକ ମୁକ୍ତିକାନ୍ତ ସାମଲ ଓ ତାଙ୍କ ସହେଯାଗୀ ଅଶୋକ ଦାସ ଏବଂ ଅପରଗୋଷ୍ଠୀର ବିଜେଡି ସମର୍ଥକ ପ୍ରକାଶ କାଣ୍ଡିଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଏପରି କି ଏହି ଘଟଣାରେ ଅନ୍ୟ ୨ଜରଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଛି। ଏହି ଘଟଣାରେ କଲ୍ୟାଣପୁର ପଞ୍ଚାୟତରେ ଉତ୍ତେଜନା ଦେଖା ଦେଇଥିବାବେଳେ ଯାଜପୁର ଏସ୍‌ଡି୍‌ପିଓ ରବୀନ୍ଦ୍ର କୁମାର ଜେନା ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ତେବେ ରୁଦ୍ରପୁର ଗ୍ରାମରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ପକ୍ଷରୁ ୧ପ୍ଲାଟୁନ ସୁରକ୍ଷାବଳ ନିୟୋଜିତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri