ରୁଦ୍ରପୁର ଗ୍ରାମରେ ରାଜନୈତିକ ଗୋଷ୍ଠୀ ସଂଘର୍ଷ, ଦୁଇ ଗୁରୁତର ପୂର୍ବତନ ସରପଞ୍ଚଙ୍କ ସମେତ ୩ ଗିରଫ

ବିଞ୍ଝାରପୁର,୪ା୧୨(ଡି.ଏନ୍‌.ଏ)- ଗତ ସାଧାରଣ ନିର୍ବାଚନ ପରଠାରୁ ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତର ରୁଦ୍ରପୁର ଗ୍ରାମରେ ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ଲାଗି ରହିଥିବା ଛକାପଞ୍ଝା ସୋମବାର ସନ୍ଧ୍ୟାରେ ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିଥିଲା। ରାଜନୈତିକ ବିବାଦକୁ ନେଇ ଉଭୟ ଦଳର ସମର୍ଥକଙ୍କ ମଧ୍ୟରେ ଗୋଷ୍ଠି ସଂଘର୍ଷ ଘଟିବାରୁ ୨ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତଦ୍ୱୟ ହେଲେ ରୁଦ୍ରପୁର ଗ୍ରାମର ଅକ୍ଷୟ ଦାସ ଓ କଲ୍ୟାଣପୁର ଗ୍ରାମର ବାବନା ଗୋଚ୍ଛାୟତ। ଏହି ଘଟଣାକୁ ନେଇ ଉଭୟ ଗୋଷ୍ଠୀ ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ୪ଟି ପୃଥକ ମାମଲା (ନଂ. ୩୪୮/୧୯, ୩୪୯/୧୯, ୩୫୦/୧୯, ୩୫୧/୧୯) ରୁଜୁ କରିଛି। ଏହି ଘଟଣାରେ ସଂପୃକ୍ତି ନେଇ ପୂର୍ବତନ ସରପଞ୍ଚ ତଥା ଭାଜପା ସମର୍ଥକ ମୁକ୍ତିକାନ୍ତ ସାମଲ ଓ ତାଙ୍କ ସହେଯାଗୀ ଅଶୋକ ଦାସ ଏବଂ ଅପରଗୋଷ୍ଠୀର ବିଜେଡି ସମର୍ଥକ ପ୍ରକାଶ କାଣ୍ଡିଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଏପରି କି ଏହି ଘଟଣାରେ ଅନ୍ୟ ୨ଜରଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଛି। ଏହି ଘଟଣାରେ କଲ୍ୟାଣପୁର ପଞ୍ଚାୟତରେ ଉତ୍ତେଜନା ଦେଖା ଦେଇଥିବାବେଳେ ଯାଜପୁର ଏସ୍‌ଡି୍‌ପିଓ ରବୀନ୍ଦ୍ର କୁମାର ଜେନା ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ତେବେ ରୁଦ୍ରପୁର ଗ୍ରାମରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ପକ୍ଷରୁ ୧ପ୍ଲାଟୁନ ସୁରକ୍ଷାବଳ ନିୟୋଜିତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri