ରୁପା ଅଳଙ୍କାର ଚୋରି ଘଟଣାରେ ୩ ଗିରଫ

ବ୍ରହ୍ମପୁର ଅଫିସ,୮ା୯-ବଡବଜାର ଥାନା ମାଲସେନାପେଟା ସାହିରେ ଥିବା ଶ୍ରୀ ସାଇ ରିଫାଇନାରୀ ଏବଂ ରୁପା ଅଳଙ୍କାର ଦୋକାନରୁ ହୋଇଥିବା ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏଥିରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୬କେଜି ରୁପା ଗହଣା ଜବତ ହୋଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଖାଲସୀ ସାହିର ଜି.ମୁରଲୀ ଆଚାରୀ(୩୪), ପଠାଣ ସାହିର ଶେଖ ସାକିର (୨୧) ଓ ଚୋରି ରୁପା ରଖିଥିବା ସଙ୍ଖାରୀ ସାହିର ଏସ୍‌.ଭରତ କୁମାର ଆଚାରୀ (୨୧)। ଏନେଇ ବଡବଜାର ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟ ସୂଚନା ଦେଇଛନ୍ତି। ଅଭିଯୁକ୍ତମାନେ ଘଟଣା ବେଳେ ବ୍ୟବହୃତ କରିଥିବା ଏକ ଲୁହା କଟର, ହାତୁଡି ମଧ୍ୟ ପୋଲିସ ଜବତ କରିଛି। ମାମଲା ନଂ.୧୪୦/୧୯ ଅନୁସାରେ ଅଭିଯୁକ୍ତମାନଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି।
ପ୍ରକାଶ ଯେ, ଏମ୍‌.ଉମାପତି ଆଚାରୀଙ୍କ ଉକ୍ତ ରୁପା ଅଳଙ୍କାର ଦୋକାନରୁ ଗତ ୩୦ ତାରିଖ ରାତିରେ ଦୋକାନ ତାଲା ଭାଙ୍ଗି ଦୁର୍ବୃତ୍ତମାନେ ୭ କେଜି ରୁପା ଅଳଙ୍କାର ଚୋରି କରି ନେଇଥିଲେ। ମାଲିକ ଉମାପତି ଏନେଇ ବଡବଜାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହାର ତଦନ୍ତ ଆରମ୍ଭ କରିଥିଲା। ସିସିଟିଭି ଫୁଟେଜକୁ ଆଧାର କରି ପୋଲିସ ପ୍ରଥମେ ଜି.ମୁରଲୀଙ୍କୁ ଧରି ଜେରା କରିଥିଲା। ପରେ ସେ ଶେଖ ସାକିରଙ୍କ ସହାୟତାରେ ଉକ୍ତ ଅଳଙ୍କାର ଦୋକାନରୁ ରୁପା ଅଳଙ୍କାର ଚୋରି କରି ଭରତ କୁମାର ଆଚାରୀଙ୍କୁ ଦେଇଥିବା ପୋଲିସକୁ କହିଥିଲା। ମୁରଲୀଙ୍କ ବୟାନକୁ ଆଧାର କରି ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରିବା ସହ ଭରତଙ୍କଠାରୁ ୬ କେଜି ରୁପା ଅଳଙ୍କାର ଜବତ କରିଥିଲା ବୋଲି ପୋଲିସ କହିଛି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏସ୍‌ଡିିପିଓ ବିଷ୍ଣୁପ୍ରସାଦ ପତି ଓ ବଡବଜାର ଥାନାଧିକାରୀ ପ୍ରଶାନ୍ତ ଭୂପତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri