ରୂପ୍‌ସା ଜଙ୍କଶନରେ ଫୁଟ୍‌ ଓଭରବ୍ରିଜ ନିର୍ମାଣ ତ୍ୱରାନ୍ବିତ:ଅନୁଧ୍ୟାନ କଲେ ଡିଆରଏମ୍‌

ରୂପ୍‌ସା, ୨୧।୭(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥ ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ରେଳ ଜଙ୍କଶନ ଓ ଷ୍ଟେଶନରେ ଚାଲିଥିବା ଫୁଟ ଓଭରବ୍ରିଜ ସମ୍ପ୍ରସାରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଯାତ୍ରୀଙ୍କ ନିରାପତ୍ତା ଓ ଯାତାୟାତ ସୁବିଧାକୁ ଦୃଷ୍ଟିରେ ରଖି ୧ନଂ. ପ୍ଲାଟଫର୍ମକୁ ଥିବା ଫୁଟ୍‌ ଓଭରବ୍ରିଜ୍‌କୁ ସିଧା ୩ନଂ. ଓ ୪ନଂ. ପ୍ଲାଟଫର୍ମକୁ ସମ୍ପ୍ରସାରଣ କରିବା ଲାଗି ଆଞ୍ଚଳିକ ବିକାଶ ପରିଷଦ ଦାବି କରିଥିଲା। ତଦନୁଯାୟୀ ବର୍ଷକ ପୂର୍ବରୁ ନିର୍ମାଣ କାମ ଆରମ୍ଭ ହୋଇଥିଲା। ପରେ ମନ୍ଥର ଗତିରେ କାର୍ଯ୍ୟ ହେବାରୁ ବିକାଶ ପରିଷଦର କର୍ମକର୍ତ୍ତା ଏନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଫଳରେ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ଡିଭିିଜ୍‌ନାଲ ରେଳବାଇ ମ୍ୟାନେଜର ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଶନିବାର ଷ୍ଟେଶନରେ ପହଞ୍ଚି ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ସିନିୟର ଡିଭିଜନାଲ ଅପରେଶନ ମ୍ୟାନେଜର, ସିନିୟର ଇଞ୍ଜିନିୟର, ସିକ୍ୟୁରିଟି କଣ୍ଟ୍ରୋଲ, ଡିଭିଜନାଲ ଇଞ୍ଜିନିୟର, ଆସିଷ୍ଟାଣ୍ଟ ଇଞ୍ଜିନିୟର ପ୍ରମୁଖ ଉପସ୍ଥିତ ଥିଲେ। ସେଠାରେ ୧ନଂ.ରୁ ୩ ଓ ୨ନଂ. ପ୍ଲାଟଫର୍ମକୁ କ୍ରେନ୍‌ ଯୋଗେ ଫୁଟ ଓଭରବ୍ରିଜ୍‌ ସଂଯୋଗ କରାଯାଇଥିଲା। ଏଥିଲାଗି ଡାଉନ ଲାଇନ୍‌ରେ ବିଦ୍ୟୁତ୍‌ ସରବରାହକୁ ବିଚ୍ଛିନ୍ନ କରାଯାଇଥିଲା। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଡାଉନ ଲାଇନ୍‌ରେ ଟ୍ରେନ୍‌ ଚଳାଚଳ ବନ୍ଦ ରହିଥିଲା। ଡିଆରଏମ୍‌ ଓ ସିନିୟର ଡିଭିଜନାଲ ଇଞ୍ଜିନିୟରଙ୍କ ଅନୁଧ୍ୟାନ ବେଳେ ବିକାଶ ପରିଷଦର ସଭାପତି ଭଗବାନ ମହାପାତ୍ର, ସାଧାରଣ ସମ୍ପାଦକ ସୁଧାକର ଗିରି, କର୍ମକର୍ତ୍ତା ନିରଞ୍ଜନ ପଣ୍ଡାଶର୍ମା, ଜଗଦୀଶ ଚନ୍ଦ୍ର ପଟ୍ଟନାୟକ, ରବୀନ୍ଦ୍ର ବେହେରା, ଚକ୍ରଧର ଆଚାର୍ଯ୍ୟଙ୍କ ସମେତ ଷ୍ଟେଶନ ମ୍ୟାନେଜର ଏମ୍‌ ହାଁସଦା, ଶ୍ରୀପତି ରାଉତ, ଆରପିଏଫ୍‌ ସବ୍‌ଇନ୍ସପେକ୍ଟର ଭଗବାନ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri