ରୂପ୍‌ସା ରେଳ ଜଙ୍କଶନ: ଜାନୁୟାରୀ ସୁଦ୍ଧା ସରିବ ଫୁଟ୍‌ ଓଭରବ୍ରିଜ୍‌

ରୂପ୍‌ସା, ୧୭।୧୧(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିିଲାର ରୂପ୍‌ସା ରେଳ ଜଙ୍କଶନ ଓ ଷ୍ଟେଶନରେ ଫୁଟ୍‌ ଓଭରବ୍ରିଜ୍‌ ନିର୍ମାଣ ଅସମ୍ପୂର୍ଣ୍ଣ ଯୋଗୁ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ଏନେଇ ବାରମ୍ବାର ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲେ ହେଁ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ଅଭିଯୋଗ ହୋଇଛି। ଗତ ୧୫ତାରିଖରେ ଖଡ଼ଗପୁର ଡିଭିଜନାଲ ମ୍ୟାନେଜର (ଡିଆର୍‌ଏମ୍‌) କେ. ଆର୍‌. କେ. ରେଡ୍ଡୀ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ରୂପ୍‌ସା-ବାଙ୍ଗିରିପୋଷି ରେଳଲାଇନ୍‌ ସମ୍ପ୍ରସାରଣ ଅନୁଧ୍ୟାନ ପାଇଁ ଆସି ରୂପ୍‌ସା ଷ୍ଟେଶନରେ କିଛି ସମୟ ରହିଥିଲେ। ଖବରପାଇ ଆଞ୍ଚଳିକ ବିକାଶ ପରିଷଦର ସଭାପତି ଭଗବାନ ମହାପାତ୍ର, ଉପସଭାପତି ନିରଞ୍ଜନ ପଣ୍ଡାଶର୍ମା, ଶାରଦା ପ୍ରସନ୍ନ ପଟ୍ଟନାୟକ ଓ ଷ୍ଟେଶନରେ ଥିବା ବହୁ ରେଳଯାତ୍ରୀ ଡିଆର୍‌ଏମ୍‌ଙ୍କୁ ଭେଟିଥିଲେ। ଫୁଟ୍‌ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ଦିଗରେ ତାଙ୍କ ସହ ସ୍ବଳ୍ପ ସମୟ ଆଲୋଚନା କରିଥିଲେ। ୨୦୨୦ ଜାନୁୟାରୀ ପୂର୍ବରୁ ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ଦିଗରେ ପଦକ୍ଷେପ ନିଆଯାଉଥିବା ଡିଆର୍‌ଏମ୍‌ ରେଡ୍ଡୀ ପ୍ରତିଶ୍ରୁତି ଦେଇଥିଲେ।
ଏହି ଗୁରୁତ୍ୱପୂର୍ଣ୍ଣ ଜଙ୍କଶନରେ ଷ୍ଟେଶନ ବାହାରୁ ୧ନଂ. ପ୍ଲାଟଫର୍ମକୁ ଗୋଟିଏ ଫୁଟ୍‌ ଓଭରବ୍ରିଜ୍‌ ଏହାଠାରୁ ୨୦୦ମି. ଦୂର ଉତ୍ତରକୁ ୨ନଂ. ପ୍ଲାଟଫର୍ମରୁ ୩ନଂ. ପ୍ଲାଟଫର୍ମକୁ ଅନ୍ୟ ଏକ ଫୁଟ୍‌ ଓଭରବ୍ରିଜ୍‌ ଥିବାରୁ ଯାତ୍ରୀମାନେ ବିପଜ୍ଜନକ ଅବସ୍ଥାରେ ହଇରାଣ ହୋଇଥାନ୍ତି। ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ୧ନଂ. ପ୍ଲାଟଫର୍ମରେ ଥିବା ଫୁଟ୍‌ ଓଭରବ୍ରିଜ୍‌କୁ ୩ନଂ. ଓ ୪ନଂ. ପ୍ଲାଟଫର୍ମକୁ ସିଧା ସମ୍ପ୍ରସାରଣ ପାଇଁ ବିକାଶ ପରିଷଦ ପକ୍ଷରୁ ଦାବି ହୋଇଥିଲା। ଏପରି କି ବାରମ୍ବାର ରେଳରୋକୋ କରାଯିବାରୁ ବିଭାଗ ପକ୍ଷରୁ ସିଧା ସମ୍ପ୍ରସାରଣ କରାଯାଇ ବ୍ରିଜ୍‌ ନିର୍ମାଣ ପାଇଁ ମଞ୍ଜୁରୀ ପ୍ରଦାନ ପୂର୍ବକ ୧ ବର୍ଷରୁ ଊର୍ଦ୍ଧ୍ୱ ହେବ ନିର୍ମାଣ କାର୍ଯ୍ୟ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri