Posted inଖେଳ

ରେକର୍ଡ ଭାଙ୍ଗିବାରୁ କୋହଲି, ବାବରଙ୍କୁ କ୍ଷମା ମାଗିଲେ ବ୍ୟାଟ୍ସମ୍ୟାନ

ଆମଷ୍ଟରଡାମ,୪।୧୦: ନେଦରଲାଣ୍ଡ କ୍ରିକେଟର ରାୟାନ ଟେନ୍‌ ଡୋସଚେଟଙ୍କଠାରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ପାକିସ୍ତାନ ସେନସେଶନ ବାବର ଆଜମ ପଛରେ ରହିଛନ୍ତି। ଦିନିକିଆ କ୍ରିକେଟରେ ଅତିକମ୍‌ରେ ଏକ ହଜାର ରନ୍‌ କରିଥିବା ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଡୋସଚେଟଙ୍କ ଆଭରେଜ ସର୍ବାଧିକ। ନିର୍ଦ୍ଦିଷ୍ଟ ଏହି ତାଲିକାରେ କୋହଲି ଦ୍ୱିତୀୟ ଓ ଆଜମ ୩ୟ ସ୍ଥାନରେ ରହିଛନ୍ତି। ଏ ନେଇ ନେଦରଲାଣ୍ଡର ସିନିୟର ବ୍ୟାଟ୍ସମ୍ୟାନ ଟୁଇଟ୍‌ କରି ଜଣାଇଛନ୍ତି। ନେଦରଲାଣ୍ଡ ପାଇଁ ୩୩ ମ୍ୟାଚ୍‌ ଖେଳିଥିବା ଡୋସଚେଟ ୬୭.୦୦ ଆଭରେଜରେ ୧୪୪୧ ରନ୍‌ କରିଛନ୍ତି। ତାଙ୍କ ପଛକୁ ଥିବା କୋହଲି ୬୦.୩୧ ହାରରେ ୧୧,୫୨୦ ରନ୍‌ କରିଥିବାବେଳେ ପାକିସ୍ତାନର ଆଜମ ୫୪.୫୫ ହାରରେ ୩୩୨୮ ରନ୍‌ କରିଛନ୍ତି। ଦୁଇ ଷ୍ଟାର ବ୍ୟାଟ୍ସମ୍ୟାନ ପଛରେ ଥିବାରୁ ଡୋସଚେଟ କ୍ଷମାପ୍ରାର୍ଥନା କରିଛନ୍ତି। ଉଲ୍ଲେଖଥାଉ କି, ଡୋସଚେଟଙ୍କ ଦିନିକିଆ କ୍ୟାରିୟରରେ ୫ ଶତକ ରହିଛି। ତନ୍ମଧ୍ୟରୁ ଦୁଇ ଶତକ ୨୦୧୧ ବିଶ୍ୱକପ୍‌ରେ ଲଗାଇଥିଲେ। ସେ ଆଇପିଏଲରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ପାଇଁ ୨୦୦୧୧ରୁ ୧୪ ପର୍ଯ୍ୟନ୍ତ ଖେଳିଥିଲେ। ୨୦୧୧ ବିଶ୍ୱକପ୍‌ ପରେ ଦିନିକିଆ କ୍ରିକେଟରୁ ହଠାତ୍‌ ଅବସର ନେଇଥିଲେ। ଚଳିତବର୍ଷ ଫେବୃୟାରୀରେ ଏହି ଅଲରାଉଣ୍ଡର ଅନ୍ତିମ ଟି୨୦ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri