ରେକର୍ଡ ଭାଙ୍ଗିଲା ପିଆଜ ଦର: ଛତ୍ରବଜାରରେ ୧୪୦ ଛୁଇଁଲା

କଟକ ଅଫିସ୍‌,୫।୧୨: ପିଆଜ ଦର ବୃଦ୍ଧି ରୋକିବାକୁ ସରକାର ଯେତେ ପଦକ୍ଷେପ ନେଉଥିଲେ ମଧ୍ୟ ତାହା କମିବାର ନାଁ ନେଉନି। ଦେଶର ଅଧିକାଂଶ ସ୍ଥାନରେ ପିଆଜ ଦର କିଲୋ ପିଛା ୧୫୦ ଟଙ୍କାରେ ପହଞ୍ଚିଛି। ଗଲା କିଛି ଦିନ ଧରି ପିଆଜର ଉତ୍କଟ ଅଭାବ ସୃଷ୍ଟି ହୋଇଥିବାବେଳେ ଗୁରୁବାର ରାଜ୍ୟରେ ପିଆଜ ଦର ରେକର୍ଡ ଭାଙ୍ଗିଛି। ସପ୍ତାହକ ତଳେ ପିଆଜ କିଲୋ ପ୍ରତି ୮୦ରୁ ୧୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଶହେ ୧୪୦ରେ ଟପିଛି। ରାଜ୍ୟର ସବୁଠୁ ବଡ଼ ପରିବା ହୋଲସେଲ ମାର୍କେଟ କଟକ ଛତ୍ର ବଜାରରେ ୧୪୦ ଟଙ୍କା ଉପରେ ରହିଛି। ୨ ଦିନ ତଳେ ଛତ୍ରବଜାରରେ ପିଆଜ ୧୦୦ ଟଙ୍କା ଥିବାବେଳେ ଗୁରୁବାର ୧୪୦ ଟଙ୍କାରେ ପହଞ୍ଚିଛି। ଆମଦାନୀ ହ୍ରାସ ଯୋଗୁ ଷ୍ଟକ୍‌ ଥିବା ପିଆଜ ଦର ବୃଦ୍ଧି ପାଇଥିବା ଜଣାପଡିଛି। ପିଆଜ ଦର ଅହେତୁକ ବୃଦ୍ଧି ଯୋଗୁ ଖାଉଟି ଅସନ୍ତୋଷ ଦେଖିବାକୁ ମିଳିଛି। ଏଣେ ବେଲଗାମ ପିଆଜ ଦରକୁ ନେଇ ଅନେକ ଲୋକ ପିଆଜ ଖାଇବା ଛାଡି ଦେଇଥିବା ବେଳେ ସ୍ଥିତି ସ୍ବାଭାବିକ ହେବାକୁ ଆହୁରି ସମୟ ଲାଗିବ ବୋଲି ବ୍ୟବସାୟୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri