ରେକର୍ଡ ଭାଙ୍ଗୁଛି ତାତି: ଆହୁରି ୩ ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୨୬।୫(ବ୍ୟୁରୋ)-ଚଳିତବର୍ଷ ରାଜ୍ୟରେ ସମସ୍ତ ରେକର୍ଡ ଭାଙ୍ଗୁଛି ତାତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଦିନକୁ ଦିନ ବୃଦ୍ଧି ପାଉଥିବା ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଶନିବାର ଦୁଇ ସହରର ତାପମାତ୍ରା ୪୬ଡିଗ୍ରୀ ଟପିଥିବା ବେଳେ ରବିବାର ତାଳଚେର ସର୍ବାଧିକ ଉତ୍ତପ୍ତ ସହର ଭାବେ ୪୪.୬ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରିଛି। ସେହିଭଳି ୧୧ ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଛି। ସୋମବାର ୯ ଜିଲାକୁ ହିଟ୍‌ଓ୍ବେଭ୍‌ ସତର୍କ ସୂଚନା ଜାରି କରାଯାଇଛି। ଏହାସହ କେତେକ ଜିଲାରେ ସ୍ବଳ୍ପ ବର୍ଷା ସହ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ରବିବାର ତାଳଚେରରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଏହା ତଳକୁ ସମ୍ବଲପୁର, ଟିଟିଲାଗଡ଼ ଓ ମାଲକାନଗିରିରେ ୪୪ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗୀରରେ ୪୩.୮, ସୋନପୁର ୪୩.୬, ହୀରାକୁଦ ୪୩.୧, ଝାରସୁଗୁଡ଼ା ୪୩, ଭବାନୀପାଟଣା ୪୨.୬, ଅନୁଗୋଳ ୪୧.୧ ଓ ସୁନ୍ଦରଗଡ଼ରେ ପାରଦ ୪୧ଡିଗ୍ରୀ ଛୁଇଁଛି। ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଲୋକଙ୍କ ମୁଣ୍ଡବ୍ୟଥା ସୃଷ୍ଟି କରିଛି। ଉପକୂଳ ଓଡ଼ିଶା ବାୟୁମଣ୍ଡଳରେ ଥିବା ଆର୍ଦ୍ରତା ଓ ଅସହ୍ୟ ଗୁଳୁଗୁଳି ଲୋକଙ୍କୁ ଦୁର୍ଦ୍ଦଶା ଆଣିଦେଇଛି।
ଅନ୍ୟପକ୍ଷରେ ସୋମବାର ଗଞ୍ଜାମ, ଗଜପତି, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ ଓ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ହୋଇପାରେ। ଏହାସାଙ୍ଗକୁ ଘଡ଼ଘଡ଼ି ଓ ୩୦ରୁ ୪୦କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ବରଗଡ଼, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ାରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ସତର୍କ ସୂଚନା ଦିଆଯାଇଛି। ଏହି ୯ ଜିଲାରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ‘ହିଟ୍‌ଓ୍ବେଭ୍‌ ଆଲର୍ଟ’ ଜାରି କରାଯାଇଛି। ପୁରୀ, କଟକ, କେନ୍ଦୁଝର, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମାଲକାନଗିରି, କୋରାପୁଟ ଓ ମୟୂରଭଞ୍ଜର କେତେକ ସ୍ଥାନରେ ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହେବା ସମ୍ଭାବନା ରହିଛି। ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଛୋଟ ପିଲା, ବୟସ୍କ ଏବଂ ରୋଗୀମାନଙ୍କୁ ଖରାରେ ବାହାରକୁ ନ ଯିବାକୁ କୁହାଯାଇଥିବା ବେଳେ ଅତି ଜରୁରୀ କାମ ନ ଥିଲେ ଘରୁ ନ ବାହାରିବାକୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri