ରେକର୍ଡ ଭାଙ୍ଗୁଛି ତାତି: ଆହୁରି ୩ ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୨୬।୫(ବ୍ୟୁରୋ)-ଚଳିତବର୍ଷ ରାଜ୍ୟରେ ସମସ୍ତ ରେକର୍ଡ ଭାଙ୍ଗୁଛି ତାତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଦିନକୁ ଦିନ ବୃଦ୍ଧି ପାଉଥିବା ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଶନିବାର ଦୁଇ ସହରର ତାପମାତ୍ରା ୪୬ଡିଗ୍ରୀ ଟପିଥିବା ବେଳେ ରବିବାର ତାଳଚେର ସର୍ବାଧିକ ଉତ୍ତପ୍ତ ସହର ଭାବେ ୪୪.୬ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରିଛି। ସେହିଭଳି ୧୧ ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଛି। ସୋମବାର ୯ ଜିଲାକୁ ହିଟ୍‌ଓ୍ବେଭ୍‌ ସତର୍କ ସୂଚନା ଜାରି କରାଯାଇଛି। ଏହାସହ କେତେକ ଜିଲାରେ ସ୍ବଳ୍ପ ବର୍ଷା ସହ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ରବିବାର ତାଳଚେରରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଏହା ତଳକୁ ସମ୍ବଲପୁର, ଟିଟିଲାଗଡ଼ ଓ ମାଲକାନଗିରିରେ ୪୪ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗୀରରେ ୪୩.୮, ସୋନପୁର ୪୩.୬, ହୀରାକୁଦ ୪୩.୧, ଝାରସୁଗୁଡ଼ା ୪୩, ଭବାନୀପାଟଣା ୪୨.୬, ଅନୁଗୋଳ ୪୧.୧ ଓ ସୁନ୍ଦରଗଡ଼ରେ ପାରଦ ୪୧ଡିଗ୍ରୀ ଛୁଇଁଛି। ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଲୋକଙ୍କ ମୁଣ୍ଡବ୍ୟଥା ସୃଷ୍ଟି କରିଛି। ଉପକୂଳ ଓଡ଼ିଶା ବାୟୁମଣ୍ଡଳରେ ଥିବା ଆର୍ଦ୍ରତା ଓ ଅସହ୍ୟ ଗୁଳୁଗୁଳି ଲୋକଙ୍କୁ ଦୁର୍ଦ୍ଦଶା ଆଣିଦେଇଛି।
ଅନ୍ୟପକ୍ଷରେ ସୋମବାର ଗଞ୍ଜାମ, ଗଜପତି, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ ଓ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ହୋଇପାରେ। ଏହାସାଙ୍ଗକୁ ଘଡ଼ଘଡ଼ି ଓ ୩୦ରୁ ୪୦କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ବରଗଡ଼, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ାରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ସତର୍କ ସୂଚନା ଦିଆଯାଇଛି। ଏହି ୯ ଜିଲାରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ‘ହିଟ୍‌ଓ୍ବେଭ୍‌ ଆଲର୍ଟ’ ଜାରି କରାଯାଇଛି। ପୁରୀ, କଟକ, କେନ୍ଦୁଝର, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମାଲକାନଗିରି, କୋରାପୁଟ ଓ ମୟୂରଭଞ୍ଜର କେତେକ ସ୍ଥାନରେ ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହେବା ସମ୍ଭାବନା ରହିଛି। ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଛୋଟ ପିଲା, ବୟସ୍କ ଏବଂ ରୋଗୀମାନଙ୍କୁ ଖରାରେ ବାହାରକୁ ନ ଯିବାକୁ କୁହାଯାଇଥିବା ବେଳେ ଅତି ଜରୁରୀ କାମ ନ ଥିଲେ ଘରୁ ନ ବାହାରିବାକୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri