Posted inଖେଳ

ରେକର୍ଡ ସହ ଭର୍ଷ୍ଟାପେନ୍‌ଙ୍କ ପୋଲ ପୋଜିଶନ

ହଙ୍ଗାରୋରିଂ (ହଙ୍ଗେରୀ), ୪ା୮ (ଏଏଫ୍‌ପି)-ରେକର୍ଡ ବ୍ରେକିଂ ସ୍ପିଡ୍‌ ସହ ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ଫର୍ମୁଲାଓ୍ବାନ୍‌ରେ ତାଙ୍କ ବହୁ ପ୍ରତିକ୍ଷିତ ପ୍ରଥମ ପୋଲ ପୋଜିଶନ ହାସଲ କରିଛନ୍ତି। ଶନିବାର ହଙ୍ଗେରିଆନ ଗ୍ରାଁ ପ୍ରିର କ୍ୱାଲିଫାଇଙ୍ଗ ସେସନ ଅନୁଷ୍ଠିତ ହୋଇଥିଲା। ଡ୍ରାଇଭରମାନଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ଭର୍ଷ୍ଟାପେନ୍‌ ରେଡ୍‌ ବୁଲ୍‌ ପାଇଁ ଶ୍ରେଷ୍ଠ ଟାଇମିଂ ରେକର୍ଡ ପ୍ରତିଷ୍ଠା କରିଥିଲେ। ଫୁର୍ମୁଲା ଓ୍ବାନରେ ପୋଲ ପୋଜିଶନ ହାସଲ କରିବାରେ ସେ ୧୦୦ତମ ଡ୍ରାଇଭର ବିବେଚିତ ହୋଇଛନ୍ତି। ସୂଚନାଯୋଗ୍ୟ, ଏହି ହଙ୍ଗାରୋରିଂ ଟ୍ରାକ୍‌ରେ ୨୧ ବର୍ଷୀୟ ଭର୍ଷ୍ଟାପେନ୍‌ଙ୍କ ବାପା ଜୋସ୍‌ ୨୫ ବର୍ଷ ପୂର୍ବେ ୧୯୯୪ରେ ବେନେଟନ ତରଫରୁ ତାଙ୍କର ପ୍ରଥମ ପୋଡିୟମ ଫିନିଶ କରିଥିଲେ। ଡଚ୍‌ ଡ୍ରାଇଭର ଭର୍ଷ୍ଟାପେନଙ୍କ ଏହାହେଉଛି ୯୪ତମ ଗ୍ରାଁ ପ୍ରି। ସେ ଇତିମଧ୍ୟରେ ୭ଥର ଟାଇଟଲ ଜିତିସାରିଛନ୍ତି। ଏଠାରେ ତାଙ୍କ ଶ୍ରେଷ୍ଠ ଲାପ୍‌ ଟାଇମିଂ ଏକ ମିନିଟ ୧୪.୫୭୨ ସେକେଣ୍ଡ ରହିଥିଲା। ତାଙ୍କଠାରୁ ମାତ୍ର ୦.୦୧୮ ସେକେଣ୍ଡ ଟାଇମିଂ ବ୍ୟବଧାନରେ ମର୍ସିଡିଜର ଭାଲଟେରୀ ବୋଟାସ ଦ୍ୱିତୀୟ ସ୍ଥାନରେ ରହିଥିଲେ। ବୋଟାସଙ୍କ ଟିମ୍‌ମେଟ ଲୁଇସ ହାମିଲଟନଙ୍କୁ ତୃତୀୟ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ଫେରାରିର ଚାର୍ଲସ ଲେକ୍‌ଲେର୍କ ଏବଂ ସେବାଷ୍ଟିଆନ ଭେଟେଲ ଯଥାକ୍ରମେ ଚତୁର୍ଥ ଓ ପଞ୍ଚମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?