ରେତଙ୍ଗ ଷ୍ଟେଶନର ମୁଖ୍ୟ ରାସ୍ତା ଜଳମଗ୍ନ

ଯାଁଳା, ୨୫। ୯(ଡି.ଏନ.ଏ.): ଖୋର୍ଦ୍ଧା- ଭୁବନେଶ୍ୱର ଜାତୀୟ ରାଜପଥ ନଂ. ୧୬ର ଯାଁଳାଠାରୁ ରେତଙ୍ଗ ରେଳ ଷ୍ଟେଶନକୁ ଯାଇଥିବା ମୁଖ୍ୟ ରାସ୍ତାଟି ଲଗାଣ ବର୍ଷା ଯୋଗୁ ଜଳମଗ୍ନ ହୋଇଛି। ଫଳରେ ୩ଟି ପଞ୍ଚାୟତରେ ଲୋକମାନେ ଜାତୀୟ ରାଜପଥ ନଂ. ୧୬କୁ ଆସିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ବର୍ଷା ଯୋଗୁ ଏହି ରାସ୍ତାର ପ୍ରାୟ ୫ ଶହ ମିଟର ଜଳମଗ୍ନ ହୋଇରହିଛି। ଏହି ରାସ୍ତାରେ ଯାଉଥିବା ପାଣି ତଳକୁ ଗଡିଯିବା ବଦଳରେ ଅଟକି ରହୁଛି। କାରଣ ଏଠାରେ ଥିବା ଏକ କଲେଜ ପାଣି ଯିବା ବାଟଟିକୁ ଆବଦ୍ଧ କରି ଦେଇଛି। ତାହା ଛଡା ଆହୁରି ମଧ୍ୟ କେତେକ ଘରୋଇ ଜାଗାର ଘର ଓ ପ୍ରାଚିର ହେବା ଫଳରେ ଏହି ସମସ୍ୟା ଦେଖାଦେଇଛି। ଏଥିଯୋଗୁ କେତେକ ଘରୋଇ ସ୍କୁଲ, କଲେଜ ଏବଂ ସରକାରୀ ସ୍କୁଲର କର୍ମଚାରୀମାନଙ୍କର ଯିବା ଆସିବା ବାଧାପ୍ରାପ୍ତ ହୋଇଛି। ପାଣି ସୁଅରେ ରାସ୍ତାଟି କ୍ଷତିଗ୍ରସ୍ତ ହୋଇଛି। ଏବେଠାରୁ ଯଦି ଏହାର ବିକଳ୍ପ ବ୍ୟବସ୍ଥା କିଛି କରା ନ ଯାଏ ତେବେ ଭବିଷ୍ୟତରେ ଏ ରାସ୍ତାଟି ଲୋକମାନଙ୍କ ପାଇଁ ମରଣଯନ୍ତା ପାଲଟିଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ ।

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri