ରେପୋ ରେଟ୍‌ କମାଇଲା ଆର୍‌ବିଆଇ: ୩ ମାସ ଋଣ କିସ୍ତି ବନ୍ଦ

ନୂଆଦିଲ୍ଲୀ,୨୭ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଥିବାରୁ ଏହା ଅର୍ଥନୀତିକୁ ଗୁରୁତର ପ୍ରଭାବିତ କରିଛି। ଏହି ପ୍ରଭାବକୁ ହ୍ରାସ କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଶୁକ୍ରବାର ରେପୋ ରେଟ୍‌ ୭୫ ବେସିସ୍‌ ପଏଣ୍ଟ ହ୍ରାସ କରିଛନ୍ତି। ଏଥିସହିତ ସମସ୍ତ ରାଷ୍ଟ୍ରାୟତ୍ତ ଓ ଘରୋଇ ବ୍ୟାଙ୍କ, ଅଣବ୍ୟାଙ୍କିଙ୍ଗ ଆର୍ଥତ୍କ ଅନୁଷ୍ଠାନ (ଏନ୍‌ବିଏଫ୍‌ସି)କୁ ୩ ମାସ ପାଇଁ ଋଣ କିସ୍ତି ଆଦାୟ ବନ୍ଦ ରଖିବାକୁ ଆର୍‌ବିଆଇ ଅନୁମତି ଦେଇଛି। ମଧ୍ୟବିତ୍ତ ଶ୍ରେଣୀ ଓ କ୍ଷୁଦ୍ର ଉଦ୍ୟୋଗଗୁଡ଼ିକ ପକ୍ଷରୁ ଏଥିପାଇଁ ଦାବି ହୋଇଆସୁଥିଲା।
ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲକ୍‌ଡାଉନ ଜନିତ ପ୍ରଭାବରୁ ସାଧାରଣ ଜନତାଙ୍କୁ ମୁକୁଳାଇବା ଲାଗି ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ସହାୟତା ପ୍ୟାକେଜ ଘୋଷଣା କରିଥିଲେ। ବର୍ତ୍ତମାନ ରେପୋ ରେଟ୍‌ ୫.୧୫ ପ୍ରତିଶତ ଥିବାବେଳେ ଏହାକୁ ୪.୪ ପ୍ରତିଶତକୁ କମାଇ ଦିଆଯାଇଛି। ଫଳରେ ଋଣ ଉପରେ ସୁଧହାର କମ୍‌ ରହିବ। ସେହିପରି ରିଭର୍ସ ରେପୋ ରେଟ ୯୦ ବେସିସ୍‌ ପଏଣ୍ଟ ହ୍ରାସ ପାଇ ୪ ପ୍ରତିଶତ ରହିଛି। ମୁଦ୍ରାନୀତି କମିଟି ବୈଠକ ମାର୍ଚ୍ଚ ୩୧ରୁ ଏପ୍ରିଲ ୩ ମଧ୍ୟରେ ବସିବାକୁ ଥିବାବେଳେ ତାହାକୁ ଆଗୁଆ ଭାବେ କାରାଯାଇଥିଲା। ବୈଠକରେ ରେପୋ ରେଟ ହ୍ରାସ ସପକ୍ଷରେ ୪:୨ ସଂଖ୍ୟାଗରିଷ୍ଠତାରେ ଭୋଟ ମିଳିଥିଲା। ସେହିପରି ସମସ୍ତ ବ୍ୟାଙ୍କର କ୍ୟାସ୍‌ ରିଜର୍ଭ ରେସିଓ (ସିଆର୍‌ଆର୍‌)କୁ ୧୦୦ ବେସିସ୍‌ ପଏଣ୍ଟ ହ୍ରାସ କରାଯାଇ ୩ ପ୍ରତିଶତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri