ରେପୋ ରେଟ୍‌ ୦.୪% କମାଇଲା ଆର୍‌ବିଆଇ

ନୂଆଦିଲ୍ଲୀ,୨୩।୫: ଭାରତୀୟ ଅର୍ଥ ବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଭୂତାଣୁ ନିୟନ୍ତ୍ରଣ ଲାଗି ସରକାର ଘୋଷଣା କରିଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ କ୍ଷତିଗ୍ରସ୍ତ ହୋଇଛି। ଏଭଳି କାରଣ ଲାଗି ଦେଶର ଅଭିବୃଦ୍ଧି ହାର ନକାରାତ୍ମକ ରହିବ। ଏ ସମ୍ପର୍କରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଶୁକ୍ରବାର ସ୍ପଷ୍ଟ କରିଛି। କରୋନା ପ୍ରଭାବିତ ଅର୍ଥ ବ୍ୟବସ୍ଥା ଉପରେ ରହିଥିବା ପ୍ରଭାବକୁ କମ୍‌ କରିବା ଲାଗି ରିଜର୍ଭ ବ୍ୟାଙ୍କ ଲଗାତର ପ୍ରୟାସ ଜାରି ରଖିଛି। ଏଭଳି ସ୍ଥିତିରେ ଆର୍ଥତ୍କ କାର୍ଯ୍ୟକଳାପକୁ ଗତି ପ୍ରଦାନ କରିବା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ଅତିରିକ୍ତ ୯ଟି ପଦକ୍ଷେପ ଗ୍ରହଣ କରିଛି। ଶନିବାର ଏହାର ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଠାରେ କେନ୍ଦ୍ରୀୟ ବ୍ୟାଙ୍କ ଏହାର ରେପୋ (ଯେଉଁ ହାରରେ ବ୍ୟାଙ୍କଗୁଡ଼ିକ ଆର୍‌ବିଆଇଠାରୁ ଋଣ ନେଇଥାନ୍ତି) ରେଟ୍‌ରେ ୪୦ ବେସିସ୍‌ ପଏଣ୍ଟ ହ୍ରାସ କରିଛି। ପୂର୍ବରୁ ରେପୋ ରେଟ୍‌ ୪.୪% ରହିଥିବା ବେଳେ ଏହା ବର୍ତ୍ତମାନ ୪%କୁ ହ୍ରାସ ଘଟିଛି। ଏହାବାଦ କେନ୍ଦ୍ରୀୟ ବ୍ୟାଙ୍କ ରିଭର୍ସ ରେପୋକୁ ୩.୩୫%କୁ ଖସାଇଛି। ଋଣ ପଇଠ ଉପରେ ମୋରାଟୋରିୟମ ବା ପରିଶୋଧ ସ୍ଥଗନକୁ ଆଉ ୩ ମାସ ବଢ଼ାଯାଇଛି।
ଏହି ଅବସରରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି ଯେ, କରୋନା ପ୍ରଭାବକୁ କମ୍‌ କରିବା ଏବଂ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି। ସେହିଭଳି ମୁଦ୍ରାସ୍ଫୀତିକୁ ଧାର୍ଯ୍ୟ ଲକ୍ଷ୍ୟ ମଧ୍ୟରେ ରଖାଯିବା ନେଇ ବିଭିନ୍ନ ପ୍ରୟାସ ଜାରି ରହିଛି ବୋଲି ସେ ମତବ୍ୟକ୍ତ କରିଛନ୍ତି। ୨୦୨୦-୨୧ରେ ଅଭିବୃଦ୍ଧି ନକାରାତ୍ମକ ସ୍ଥିତିରେ
ରହିବା ନେଇ ଆକଳନ କରାଯାଇଛି। ଭାରତରେ ବର୍ତ୍ତମାନ ଚାହିଦା ସମ୍ପୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଛି। କରୋନା ଯୋଗୁ ଘରୋଇ ଚାହିଦାକୁ ଝଟକା ଲାଗିଛି। ନିବେଶ ଚାହିଦା ମଧ୍ୟ କ୍ଷତିଗସ୍ତ ହୋଇଛି। ଆର୍ଥତ୍କ କାର୍ଯ୍ୟକଳାପ କମ୍‌ ରହିଥିବାରୁ ସରକାରଙ୍କ ରାଜସ୍ବ ସଂଗ୍ରହକୁ ଏହା କ୍ଷତି ପହଞ୍ଚାଉଛି ବୋଲି ଶକ୍ତିକାନ୍ତ ମତବ୍ୟକ୍ତ କରିଛନ୍ତି। ଏହାବାଦ ବର୍ତ୍ତମାନ ଗ୍ରହଣ କରାଯାଉଥିବା ବିତ୍ତୀୟ, ମୁଦ୍ରାନୀତିଗତ ଏବଂ ଅନ୍ୟାନ୍ୟ ପ୍ରଶାସନିକ ସଂସ୍କାରଗତ କାର୍ଯ୍ୟକ୍ରମ ଯୋଗୁ ଦେଶର ଅଭିବୃଦ୍ଧି ଧାରା ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ଭାଗରେ ସୁଧାର ଆସିବା ନେଇ ସେ ଆଶାବାଦୀ ଥିବା କହିଛନ୍ତି।
ଋଣ ପଇଠ କ୍ଷେତ୍ରରେ ମୋରାଟୋରିୟମକୁ କେନ୍ଦ୍ରୀୟ ବ୍ୟାଙ୍କ ଅଗଷ୍ଟ ମାସ ଯାଏ ବୃଦ୍ଧି କରିଛନ୍ତି। ଏହାଦ୍ୱାରା ଲୋକମାନେ ଆଶ୍ୱସ୍ତି ଲାଭ କରିପାରିବେ। ମାର୍ଚ୍ଚରେ ମଧ୍ୟ କେନ୍ଦ୍ରୀୟ ବ୍ୟାଙ୍କ ୩ ମାସର ମୋରାଟୋରିୟମ ପ୍ରଦାନ କରିଥିଲା। ଓ୍ବାର୍କିଂ କ୍ୟାପିଟାଲ କ୍ଷେତ୍ରରେ ମୋରାଟୋରିୟମକୁ ମଧ୍ୟ ୩ ମାସ ବଢ଼ାଯାଇଛି। କୌଣସି ବାଣିଜି୍ୟକ ଗ୍ରୁପ୍‌ର ନେଟ୍‌ଓର୍ଥ ବା ସମ୍ପତ୍ତିକୁ ବିଚାରକରି ପ୍ରଦାନ କରାଯାଉଥିବା ଋଣ ଉପରେ ସୀମାକୁ ୨୫ରୁ ୩୦% ବଢ଼ାଯାଇଛି। ସେହିଭଳି କେନ୍ଦ୍ରୀୟ ବ୍ୟାଙ୍କ ମୁଦ୍ରାସ୍ଫୀତିକୁ ନେଇ କରିଥିବା ଆକଳନରେ ଅନିଶ୍ଚିତତା ରହିଥିବା ଜଣାପଡ଼ିଛି। କରୋନା ଯୋଗୁ ବର୍ତ୍ତମାନ ବଜାରରେ ଡାଲି ଜାତୀୟ ସାମଗ୍ରୀ ମୂଲ୍ୟ ବଢୁଥିବାରୁ ଆମଦାନୀ ଶୁଳ୍କ ଏବଂ ମୂଲ୍ୟ ନିୟନ୍ତ୍ରଣ ଉପରେ ବିଚାର କରିବାର ଆବଶ୍ୟକତା ରହିଛି ବୋଲି ଶକ୍ତିକାନ୍ତ ମତ ପ୍ରକାଶ କରିଛନ୍ତି। ଚଳିତ ବର୍ଷ ପ୍ରଥମାର୍ଦ୍ଧରେ ମୁଦ୍ରାସ୍ଫୀତି ସ୍ଥିର ରହିପାରେ। ଏହା ଦ୍ୱିତୀୟାର୍ଦ୍ଧରେ ସୁଧାର ନେଇ ଆଶା କରାଯାଇଛି। କେନ୍ଦ୍ରୀୟ ବ୍ୟାଙ୍କ ଗ୍ରହଣ କରିଥିବା ଅନ୍ୟ ପଦକ୍ଷେପ ମଧ୍ୟରେ ସିଡ୍‌ବୀକୁ ୯୦ ଦିନ ଲାଗି ୧୫ ହଜାର କୋଟି ଟଙ୍କାର ପୁନଃ ପୁଞ୍ଜି ପ୍ରଦାନ ସୁବିଧା ଦିଆଯାଇଛି। ରପ୍ତାନି ଋଣ ସୀମାକୁ ୧ ବର୍ଷରୁ ୧୫ ମାସକୁ ବଢ଼ାଯାଇଛି। ଏକ୍‌ଜିମ୍‌ ବ୍ୟାଙ୍କକୁ ୧୫ ହଜାର କୋଟି ଟଙ୍କାର କ୍ରେଡିଟ ଲାଇନ ମିଳିଛି। ଡାଟା ସଂଗ୍ରହରେ ବାଧା ଉପୁଜିବା ଯୋଗୁ ମୁଦ୍ରାସ୍ଫୀତି ଆକଳନରେ ପ୍ରଭାବ ଦେଖାଯାଇଛି। ମାର୍ଚ୍ଚରେ ଔଦ୍ୟୋଗିକ ଉତ୍ପାଦନ ୧୭% ଖସିଛି। ମାନୁଫାକ୍‌ଚରିଂ କାର୍ଯ୍ୟକଳାପ ୨୧% ହ୍ରାସ ଘଟିଛି। ସେହିଭଳି କୋର୍‌ ସେକ୍ଟର ଇଣ୍ଡଷ୍ଟ୍ରି ଉତ୍ପାଦନ ୬.୫% ଖସିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri