ରେପୋ ରେଟ ୦.୩୫% ହ୍ରାସ

ମୁମ୍ବାଇ,୮-୮: ଅର୍ଥନୀତିକୁ ପ୍ରୋତ୍ସାହିତ କରିବାକୁ ଯାଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବୁଧବାର ରେପୋ ରେଟ୍‌ ୦.୩୫% ହ୍ରାସ କରିଛି। ମୁଦ୍ରାନୀତି କମିଟି(ଏମ୍‌ପିସି)ର ତିନିଦିନିଆ ବୈଠକ ଶେଷରେ କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ସୁଧ ହାର ହ୍ରାସ ସମ୍ପର୍କରେ ଘୋଷଣା କରାଯାଇଛି। ଫଳରେ ରେପୋ ରେଟ ୫.୭୫ରୁ ୫.୪୦ ପ୍ରତିଶତକୁ ଖସି ଆସିଛି। ଯାହା କି ୯ ବର୍ଷ ପରେ ସର୍ବନିମ୍ନ ସ୍ତର କୁହାଯାଉଛି। ଏଥିପୂର୍ବରୁ ୨୦୧୦ ଏପ୍ରିଲରେ ରେପୋ ରେଟ ୫.୨୫%ର ସର୍ବନିମ୍ନ ସ୍ତର ଛୁଇଁଥିଲା। କ୍ରମାଗତ ଚତୁର୍ଥଥର ଆର୍‌ବିଆଇ ରେପୋ ରେଟ୍‌ ହ୍ରାସ କରି ଇତିହାସ ରଚିଛି। ଏମ୍‌ପିସିର ୬ ସଦସ୍ୟଙ୍କ ମଧ୍ୟରୁ ୪ ଜଣ ରବୀନ୍ଦ୍ର ଢ଼ୋଲକିଆ,ଦେବବ୍ରତ ପାତ୍ର, ବିଭୁ ପ୍ରସାଦ ଏବଂ ଗଭର୍ନର ଶକ୍ତିକାନ୍ତ ଦାସ ୦.୩୫% ରେପୋ ରେଟ ହ୍ରାସକୁ ସମର୍ଥନ କରିଥିବା ବେଳେ ଅନ୍ୟ ଦୁଇଜଣ ଚେତନ ଘଟେ ଏବଂ ପାମୀ ଦୁଆ ୦.୨୫% କମାଇବାକୁ ଯୁକ୍ତି ଦର୍ଶାଇଥିଲେ। ଆର୍‌ବିଆଇ ପକ୍ଷରୁ ରିଭର୍ସ ରେପୋ ରେଟକୁ ୫.୧୫%କୁ ହ୍ରାସ କରାଯାଇଛି। ପୂର୍ବରୁ ଏହା ୫.୫୦ ପ୍ରତିଶତ ରହିଥିଲା। ସୂଚନାଥାଉ କି, ରିଜର୍ଭ ବ୍ୟାଙ୍କ ଚଳିତ ବର୍ଷ ଫେବୃୟାରୀ ୭, ଏପ୍ରିଲ ୪, ଜୁନ୍‌ ୬ରେ ତିନି ଥରରେ ୦.୨୫% ଲେଖାଏ ମୋଟ ୦.୭୫% ରେପୋ ରେଟ ହ୍ରାସ କରିସାରିଛି। ଗଭର୍ନର ଦାସ କହିଛନ୍ତି ଯେ, ରେପୋ ରେଟ୍‌ ୩୫ ବେସିସ୍‌ ପଏଣ୍ଟ ହ୍ରାସ ସନ୍ତୁଳିତ ଥିବା ମନେ ହେଉଛି। ବର୍ତ୍ତମାନ ପରିସ୍ଥିତିରେ ୨୫ ବେସିସ୍‌ ପଏଣ୍ଟ ହ୍ରାସ ଆବଶ୍ୟକତା ଠାରୁ କମ୍‌ ହେବ ବୋଲି ଅନୁଭବ ହୋଇଥିଲା। ସମସ୍ତ ସେକ୍ଟରକୁ ପର୍ଯ୍ୟାପ୍ତ ନଗଦ ଯୋଗାଇ ଦିଆଯିବ ବୋଲି ଉଲ୍ଲେଖ କରି ସେ କହିଛନ୍ତି ଯେ, ବର୍ତ୍ତମାନର ମାନ୍ଦାବସ୍ଥା ଢ଼ାଞ୍ଚାଗତ ନୁହେଁ ବରଂ ଏହା ଚକ୍ରିୟ ବୋଲି କୁହାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri