ରେଭେନ୍‌ଶା ବିଶ୍ୱବିଦ୍ୟାଳୟ: ଦୂର ହେଉନି ଅଧ୍ୟାପକ ସଙ୍କଟ, ୨୬୭ ପଦବୀରେ ଅଛନ୍ତି ୯୫

କଟକ ଅଫିସ,୮।୧୨: ରାଜ୍ୟର ଐତିହାସିକ ଶିକ୍ଷାନୁଷ୍ଠାନ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରୁ ଦୂରହେବା ନଁା ଧରୁନି ଅଧ୍ୟାପକ ସଙ୍କଟ। ଦୀର୍ଘବର୍ଷ ଧରି ଏହି ସମସ୍ୟା ଲାଗି ରହିଥିଲେ ମଧ୍ୟ ଏହାର ସ୍ଥାୟୀ ସମାଧାନ କରାଯାଉନାହିଁ। ଶୁକ୍ରବାର ଚଳିତବର୍ଷର ଶେଷ କାର୍ଯ୍ୟନିର୍ବାହୀ ବୈଠକ(ଇସି) ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଦୁଃଖର ବିଷୟ ଏହି ବୈଠକରେ ମଧ୍ୟ ଅଧ୍ୟାପକ ନିଯୁକ୍ତି ନେଇ କେହି ମୁହଁ ଖୋଲି ନ ଥିଲେ। ଏ ସମ୍ପର୍କରେ କୁଳପତି ପ୍ରଫେସର ଇଶାନ କୁମାର ପାତ୍ର କୁହନ୍ତି, ଡିସେମ୍ବର ଶେଷ ସୁଦ୍ଧା ଅଧ୍ୟାପକ ନିଯୁକ୍ତି କାର୍ଯ୍ୟ ଆଗେଇବ। ଏବେ ବି ଆଇନଗତ କିଛି ସମସ୍ୟା ରହିଥିବା ସେ କହିଥିଲେ।

ଗତ ଏପ୍ରିଲ ୯ ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ ନିଯୁକ୍ତି କରାଯିବାକୁ ନେଇ ଚିଠି ହୋଇଥିଲା। ଗତ ସାଧାରଣ ନିର୍ବାଚନ ଫଳାଫଳ ଘୋଷଣା ପରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ନେଇ ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅଧ୍ୟାପକ ନିଯୁକ୍ତି ନେଇ ଆଲୋଚନା ମଧ୍ୟ ହୋଇଥିଲା। ଏହି ପରିପ୍ରେକ୍ଷୀରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଖାଲି ପଡ଼ିଥିବା ୨୪ ପ୍ରଫେସର ପଦବୀ, ୪୫ ଆସୋସିଏଟ୍‌ ପ୍ରଫେସର ପଦବୀ ଓ ୧୦୩ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପୂରଣ କରାଯିବା ପାଇଁ ବିଜ୍ଞପ୍ତି ପ୍ରକାଶ କରାଯିବା ସଂକ୍ରାନ୍ତରେ ଆଲୋଚନା ହେବ ବୋଲି କୁଳପତି ପାତ୍ର ସୂଚନା ଦେଇଥିଲେ। ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ମୋଟ ୨୬୭ଟି ମଞ୍ଜୁରୀପ୍ରାପ୍ତ ପଦବୀ ମଧ୍ୟରୁ ଏବେ ଅଛନ୍ତି ୯୫ଜଣ। ୨୦୧୪ରୁ ଏହି ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ ନିଯୁକ୍ତି ଉପରେ ଏକ ପ୍ରକାର ଅଙ୍କୁଶ ଲାଗିଛି। ଏଥିଯୋଗୁ ପାଠପଢ଼ାଠାରୁ ଆରମ୍ଭ କରି ପ୍ରଶାସନିକ କାର୍ଯ୍ୟ ପରିଚାଳନା କରିବାରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ହନ୍ତସନ୍ତ ହେଉଛନ୍ତି। ଇତିମଧ୍ୟରେ ଜଣେ କୁଳପତି ମଧ୍ୟ ପରିବର୍ତ୍ତନ ହୋଇସାରିଲେଣି। ୨୦୦୮ରେ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଦେବଦାସ ଛୋଟରାୟଙ୍କ ସମୟରେ ପ୍ରଥମେ ଅଧ୍ୟାପକ ନିଯୁକ୍ତି ହୋଇଥିଲା। ପରେ ୨୦୧୩ରେ ପୂର୍ବତନ କୁଳପତି ପ୍ରଫେସର ବୈଷ୍ଣବ ଚରଣ ତ୍ରିପାଠୀଙ୍କ କାର୍ଯ୍ୟକାଳ ସମୟରେ ମଧ୍ୟ ଥରେ ଅଧ୍ୟାପକ ନିଯୁକ୍ତି ହୋଇଥିଲା। ଏହା ପରେ ବିଜ୍ଞପ୍ତି ପ୍ରକାଶ କରାଯାଇ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଥିଲେ ମଧ୍ୟ କେତେଜଣ ବ୍ୟକ୍ତି ଏହାକୁ ବିରୋଧକରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଫଳରେ ୨୦୧୪ ପରଠାରୁ ଏହି ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ ନିଯୁକ୍ତି ବନ୍ଦ ରହିଥିଲା। ମିଳିଥିବା ସୂଚନା ଅନୁଯାୟୀ, ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ୨୯ଟି ପ୍ରଫେସର ପଦବୀ ମଞ୍ଜୁରୀପ୍ରାପ୍ତ ରହିଥିବାବେଳେ ୨୪ଟି ଖାଲି ରହିଛି। ସେହିପରି ୭୧ଟି ଆସୋସିଏଟ ପ୍ରଫେସର ପଦବୀ ମଞ୍ଜୁରୀପ୍ରାପ୍ତ ରହିଥିବାବେଳେ ଆସୋସିଏଟ ପ୍ରଫେସର ଅଛନ୍ତି ୨୬ଜଣ। ସେମାନଙ୍କ ମଧ୍ୟରୁ ୧୪ଜଣ ରିଡର । ୧୬୭ଟି ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ମଞ୍ଜୁରୀପ୍ରାପ୍ତ ଥିବାବେଳେ ଏବେ ୧୦୩ଟି ଖାଲି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri