ରେଭେନ୍‌ଶା ୱେବ୍‌ସାଇଟରୁ ମିଳୁଛି ପାଠ୍ୟପୁସ୍ତକ

କଟକ ଅଫିସ,୨୪ା୪: କରୋନା ମହାମାରୀ ପାଇଁ ଜୁନ ୧୭ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଥିଲା। ଅନ୍‌ଲାଇନରେ ହେଉଥିବା କ୍ଲାସର ପାଠପୁସ୍ତକ ବିଶ୍ୱବିଦ୍ୟାଳୟ ୱେବସାଇଟରୁ ଛାତ୍ରୀଛାତ୍ରମାନେ ପାଇପାରିବେ ବୋଲି କୁହାଯାଇଥିଲା। ଗତ କିଛିଦିନ ହେବ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗ ପାଠ୍ୟପୁସ୍ତକ ୱେବସାଇଟରେ ଅପ୍‌ଲୋଡ୍‌ କରାଯାଇଛି। ଛାତ୍ରୀଛାତ୍ରମାନେ ଏଠାରୁ ସମସ୍ତ ପୁସ୍ତକ ପାଇପାରିବେ।
ସୂଚନା ଅନୁଯାୟୀ, ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଈଶାନ କୁମାର ପାତ୍ର କୋର୍ସ ସାରିବାକୁ ସମସ୍ତ ବିଭାଗର ଅଧ୍ୟାପକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିଲାଗି ଅନ୍‌ଲାଇନରେ ପାଠପଢା ଚାଲିଛି। ଅଧ୍ୟାପକମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ କ୍ଲାସ ନେଉଛନ୍ତି। କ୍ଲାସ ଠିକ ଭାବେ ହେଉଛି କି ନାହିଁ ତଦାରଖ କରିବାକୁ ସମସ୍ତ ବିଭାଗର ମୁଖ୍ୟଙ୍କୁ କୁଳପତି ନିର୍ଦ୍ଦେଶ ଦେଇଛନ୍ତି। ତେବେ ବିଶ୍ୱବିଦ୍ୟାଳୟ ବନ୍ଦ ଥିବାରୁ ଛାତ୍ରୀଛାତ୍ରମାନେ ପାଠ୍ୟପୁସ୍ତକ ପାଇପାରୁନାହାନ୍ତି। ଏଥିଯୋଗୁ ସମସ୍ତ ଅଧ୍ୟାପକ ଯେଉଁ ବିଷୟରେ ପଢାଇଛନ୍ତି ତା’ର ପାଠ୍ୟପୁସ୍ତକ ବିଶ୍ୱବିଦ୍ୟାଳୟକୁ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସମସ୍ତ ବିଭାଗର ଉଭୟ ସ୍ନାତକ ଏବଂ ସ୍ନାତକୋତ୍ତର ପାଠ୍ୟପୁସ୍ତକ ଏବେ ବିଶ୍ୱବିଦ୍ୟାଳୟ ୱେବସାଇଟରେ ମିଳୁଛି। ଛାତ୍ରୀଛାତ୍ର ବିଶ୍ୱିଦ୍ୟାଳୟର ଇ-ଗ୍ରନ୍ଥାଳୟକୁ ଯାଇ ପାଠ୍ୟପୁସ୍ତକ ପାଇପାରିବେ। ଆଗାମୀ ଦିନରେ ହେବାକୁ ଥିବା ପରୀକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ ଏହି ପଦକ୍ଷେପ ସହାୟକ ହୋଇପାରିବ ବୋଲି କୁଳପତି ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri