ରେଲଓ୍ବେ ପାଇଁ ଓଡ଼ିଶାକୁ ୫୯୯୩ କୋଟି

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଚଳିତବର୍ଷ କେନ୍ଦ୍ର ବଜେଟରେ ଓଡିଶାରେ ରେଲଓ୍ବେ ଭିତ୍ତିଭୂମି ବିକାଶ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ ପାଇଁ ମୋଟ ୫୯୯୩ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି। ଅନ୍ତରୀଣ ବଜେଟରେ କେନ୍ଦ୍ର ସରକାର ୫୯୪୦ କୋଟି ଟଙ୍କାର ବ୍ୟୟ ବରାଦ କରିଥିଲେ। ଏଥିରେ ସାମାନ୍ୟ ବୃଦ୍ଧି ଘଟିଥିବା ଜଣାପଡିଛି। ଓଡ଼ିଶା ଲାଗି ଗତବର୍ଷ ବଜେଟରେ ୫୨୫୨ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ଏହି ତୁଳନାରେ ଚଳିତ ବର୍ଷର ବ୍ୟୟ ବରାଦ ବର୍ତ୍ତମାନ ପର୍ଯ୍ୟନ୍ତ ସର୍ବାଧିକ ବୋଲି ରେଲଓ୍ବେ ପକ୍ଷରୁ କୁହାଯାଇଛି। ବିଭିନ୍ନ ପ୍ରକଳ୍ପର ଉନ୍ନତୀକରଣ, ଯାତ୍ରୀ ସୁବିଧାରେ ବୃଦ୍ଧି, ରେଳ ଟ୍ରାକ ମରାମତି, ଉନ୍ନତୀକରଣ, ରୋଡ୍‌ ଓଭରବ୍ରିଜ, ରୋଡ୍‌ ଅଣ୍ଡରବ୍ରିଜ, ବିଦ୍ୟୁତୀକରଣ ଭଳି ବିଭିନ୍ନ କ୍ଷେତ୍ରରେ ଏହି ପୁଞ୍ଜି ବିନିଯୋଗ କରାଯିବ। ଯାତ୍ରୀ ସୁବିଧାର ଉନ୍ନତୀକରଣ ଲାଗି ସର୍ବାଧିକ ୧୮୦ କୋଟି ଟଙ୍କା ଚଳିତ ବର୍ଷ ପ୍ରଦାନ କରାଯାଇଛି।
ଓଡ଼ିଶାରେ ୫ ନୂଆ ସର୍ଭେ ଲାଗି ରେଲଓ୍ବେ ଘୋଷଣା କରିଛି। ଭୁବନେଶ୍ୱର କୋଚିଂ ଡିପୋରେ ୨ ଅଟୋମେଟିକ ଓ୍ବାଶିଂ ପ୍ଲାଣ୍ଟ ସ୍ଥାପନ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିଭଳି କୋଚ୍‌ ମେଣ୍ଟେନାନ୍ସ ଫାସିଲିଟି ଉନ୍ନତୀକରଣ ଲାଗି ଜୋନାଲ ରେଲଓ୍ବେଗୁଡିକୁ ସ୍ବତନ୍ତ୍ର କ୍ଷମତା ପ୍ରଦାନ ପ୍ରସ୍ତାବ ରହିଛି। ପୂର୍ବତଟ ରେଳପଥ ପରିସରରେ ଥିବା ଲେଭଲ କ୍ରସିଂଗୁଡ଼ିକୁ ହଟାଇ ରୋଡ୍‌ ଓଭରବ୍ରିଜ ଏବଂ ରୋଡ୍‌ ଅଣ୍ଡରବ୍ରିଜ ନିର୍ମାଣ କରିବାକୁ ଗୁରୁତ୍ୱ ଦିଆଯାଇଛି। ୮୨ କିମି ବିଶିଷ୍ଟ ହରିଦାସପୁର-ପାରାଦୀପ ଲାଇନ ଲାଗି ଚଳିତ ବଜେଟରେ ୪୦୦ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି। ଏହାବାଦ୍‌ ନୂଆ ଲାଇନ ବିଛାଇବା, ଲାଇନ ଦୋହରୀକରଣ, ଓ୍ବାର୍କଶପ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଲାଗି ଅର୍ଥବ୍ୟୟ ବରାଦ କରାଯାଇ ଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri