ରେଲଓ୍ବେ ସେବା ମିଶ୍ରଣକୁ ଅଧିକାରୀଙ୍କ ବିରୋଧ

ନୂଆଦିଲ୍ଲୀ,୧୧-୧: ରେଲଓ୍ବେର ବିଭିନ୍ନ ସେବା ମିଶ୍ରଣ ନେଇ ସରକାର ନିକଟରେ ଘୋଷଣା କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ବିରୋଧରେ ରେଲଓ୍ବେର ଅଧିକାରୀ ଏବଂ କର୍ମଚାରୀମାନେ ବିରୋଧ ପ୍ରଦର୍ଶନ କରିଛନ୍ତି। ଏହି ବିରୋଧ ପ୍ରଦର୍ଶନରେ ୧୩ ରେଳ ଜୋନ ଏବଂ ୬୦ ଡିଭିଜନର ଅଧିକାରୀ ଏବଂ କର୍ମଚାରୀ ସାମିଲ ହୋଇଥିଲେ। ସରକାର ଏଭଳି ନିଷ୍ପତ୍ତି ଏକତରଫା ଭାବେ ନେଇଥିବା ବେଳେ ଏହା ରେଲଓ୍ବେର ପରିଚାଳନା ଦିଗରେ ଖରାପ ପ୍ରଭାବ ପକାଇବ ବୋଲି କର୍ମଚାରୀମାନେ ଦାବିରେ କହିଛନ୍ତି। ରେଳପଥର ୮ ସର୍ଭିସ କ୍ୟାଡରକୁ ଏକ ସାଙ୍ଗରେ ମିଶ୍ରଣ ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ପ୍ରସ୍ତାବକୁ ମଞ୍ଜୁରୀ ପାଇଁ ରେଳ ବୋର୍ଡ ଅଧ୍ୟକ୍ଷ, ରେଳମନ୍ତ୍ରୀ, କ୍ୟାବିନେଟ ସଚିବ ଏବଂ ପ୍ରଧାନମନ୍ତ୍ରୀଙ୍କ ପାଖକୁ ପଠାଯାଇଛି। ଏହି ନିଷ୍ପତ୍ତି କର୍ମଚାରୀଙ୍କ ସହମତି କ୍ରମେ ନିଆଯାଇଛି ବୋଲି ରେଳପଥ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି କୁହାଯାଇଥିଲା। ଗତ ମାସ ୭ ଏବଂ ୮ ତାରିଖରେ ଏଥି ଲାଗି ଏକ ପରିବର୍ତ୍ତନ ସଂଗୋଷ୍ଠୀ ଆୟୋଜନ କରାଯାଇଥିବା କୁହାଯାଇଥିଲା। ଜେନେରାଲ ମ୍ୟାନେଜରଙ୍କ ରାୟକୁ ସମ୍ପୂର୍ଣ୍ଣ ଗ୍ରୁପର ରାୟ ବୋଲି ବିଚାର କରାଯାଇଛି ବୋଲି ଦାବି ହୋଇଛି। ଏଭଳି ନିଷ୍ପତ୍ତି ଅଗଣତାନ୍ତ୍ରିକ ବୋଲି ଅଧିକାରୀମାନେ କହିଛନ୍ତି। ସୂଚନାଯୋଗ୍ୟ ରେଳ ମନ୍ତ୍ରଣାଳୟ ମେକାନିକାଲ ଇଞ୍ଜିନିୟରିଂ, ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂ, ଷ୍ଟୋର, ପର୍ସୋନେଲ, ଟ୍ରାଫିକ, ସିଭିଲ ଇଞ୍ଜିନିୟରିଂ ଭଳି ସର୍ଭିସ କ୍ୟାଡରକୁ ମିଶ୍ରଣ ନିଷ୍ପତ୍ତି ନେଇଛନ୍ତି। ଏହାବାଦ ମେଡିକାଲ ଏବଂ ରେଲଓ୍ବେ ପ୍ରୋଟେକସନ ଫୋର୍ସକୁ ସ୍ବତନ୍ତ୍ର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri